Odisha State Board BSE Odisha 10th Class Life Science Notes Chapter 8 ଶକ୍ତିର ଉତ୍ସ will enable students to study smartly.
BSE Odisha Class 10 Life Science Notes Chapter 8 ଶକ୍ତିର ଉତ୍ସ
→ଶକ୍ତିର ବର୍ଗୀକରଣ (Classification of Energy) :
- ଶକ୍ତି ବିଭିନ୍ନ ପ୍ରକାରରେ ଉପଲବ୍ଧ ହୁଏ ଏବଂ ଏକ ପ୍ରକାରର ଶକ୍ତି ଅନ୍ୟ ବିଷୟବସ୍ତୁର ରୂପରେଖ ଏକ ପ୍ରକାର ଶକ୍ତିକୁ ରୂପାନ୍ତରିତ ହୋଇପାରେ ।
- ଏକ ଉଚ୍ଚସ୍ଥାନରୁ ଏକ ପ୍ଲେଟ୍କୁ ତଳକୁ ପକାଇଲେ, ପ୍ଲେଟ୍ଟି ତଳେ ପଡ଼ିବା ବେଳେ ସେଥିରେ ଥିବା ସ୍ଥିତିଜ ଶକ୍ତି ସାଧାରଣତଃ ଶବ୍ଦ ଶକ୍ତିକୁ ରୂପାନ୍ତରିତ ହୋଇଥାଏ ।
- ଏକ ମହମବତିକୁ ଜାଳିଲେ, ମହମରେ ଥିବା ରାସାୟନିକ ଶକ୍ତି ତାପଶକ୍ତିରେ ରୂପାନ୍ତରିତ ହୋଇଥାଏ ।
- କାର୍ଯ୍ୟ କରିବାବେଳେ ବ୍ୟବହୃତ ଶକ୍ତି ରୂପାନ୍ତରିତ ହୁଏ ଏବଂ ବ୍ୟବହାର ପରେ ରୂପାନ୍ତରିତ ଶକ୍ତିକୁ ତାହାର ପୂର୍ବବର୍ତ୍ତୀ ରୂପକୁ ଫେରାଯାଇପାରେ ନାହିଁ ।
→ଉତ୍ତମ ଶକ୍ତି ଉତ୍ସର ସଂଜ୍ଞା :
1. ଶାରିରୀକ ପରିଶ୍ରମ ପାଇଁ ପେଶୀରେ ସଞ୍ଚ ଶକ୍ତି, ଯନ୍ତ୍ର ପରିଚାଳନା ପାଇଁ ବିଦ୍ୟୁତ୍ ଶକ୍ତି, ରାନ୍ଧିବାପାଇଁ ତାପ ଶକ୍ତି ବା ଅନ୍ୟ ଯେକୌଣସି ବ୍ୟବହାର ଉପଯୋଗୀ ଶକ୍ତି କୌଣସି ଏକ ଶକ୍ତି ଉତ୍ସରୁ ହିଁ ଆସିଥାଏ ।
ଯେଉଁ ଶକ୍ତି ଉତ୍ସ (କ) ପ୍ରତି ଘନଫଳ ବା ବସ୍ତୁତ୍ଵ ପ୍ରତି ଅଧିକ କାର୍ଯ୍ୟ କରିପାରେ, (ଖ) ସହଜରେ ଉପଲବ୍ଧ ହୋଇପାରେ, (ଗ) ସହଜରେ ସଂରକ୍ଷଣ କରାଯାଇପାରେ ଏବଂ (ଘ) ସର୍ବୋପରି କମ ବ୍ୟୟସାପେକ୍ଷ ହୋଇଥାଏ, ତାହାକୁ ଆମେ ଏକ ଉତ୍ତମ ଶକ୍ତି ଉତ୍ସ ବୋଲି କହିପାରିବା ।
→ଶକ୍ତିର ଉତ୍ସ (Sources of Energy) :
ଲଭ୍ୟତା ଦୃଷ୍ଟିରୁ ଶକ୍ତିଉତ୍ସକୁ ମୁଖ୍ୟତଃ ଦୁଇଭାଗରେ ବିଭକ୍ତ କରାଯାଇପାରେ, ଯଥା-
(କ) ନବୀକରଣଯୋଗ୍ୟ ବା ଅସରନ୍ତି ଶକ୍ତିଉତ୍ସ (Renewable source of energy)
(ଖ) ନବୀକରଣ ଅଯୋଗ୍ୟ ବା ସରନ୍ତି ଶକ୍ତିଉତ୍ସ (Non-renewable source of energy)
→ନବୀକରଣଯୋଗ୍ୟ ଶକ୍ତିଉତ୍ସ (Renewable source of energy) :
- ଏହି ପ୍ରକାର ଶକ୍ତିଉତ୍ସରୁ ଶକ୍ତି ବ୍ୟବହାର କଲାପରେ ପୁନର୍ବାର ସେହି ଉତ୍ସ ସୃଷ୍ଟି କରିହୁଏ ବା ପ୍ରାକୃତିକ ଉପାୟରେ ସେ ସମସ୍ତ ଶକ୍ତିଉତ୍ସରୁ ବାରମ୍ବାର ଶକ୍ତି ମିଳିଥାଏ ।
- ଏହି ପ୍ରକାର ଶକ୍ତିଉତ୍ସଗୁଡ଼ିକ ପ୍ରାୟ ଅସରନ୍ତି ଏବଂ ସେଗୁଡ଼ିକରେ ପ୍ରଚୁର ପରିମାଣରେ ଶକ୍ତି ଗଚ୍ଛିତ ଥାଏ ।
- ସୌରଶକ୍ତି, ଜୈବବସ୍ତୁତ୍ଵରୁ ଜାତ ଶକ୍ତି, ଜଳ ଶକ୍ତି, ବାୟୁ ଶକ୍ତି, ନାଭିକୀୟ ଶକ୍ତି, ଭୂତାପଜ ଶକ୍ତି ଓ ସମୁଦ୍ରତରଙ୍ଗଜାତ ଶକ୍ତି ଇତ୍ୟାଦି ଏ ପ୍ରକାର ଶକ୍ତିର ଉଦାହରଣ ଅଟନ୍ତି ।
(1) ସୂର୍ଯ୍ୟ ସକଳ ଶକ୍ତିର ଆଧାର :
- ପୃଥିବୀ ପୃଷ୍ଠରେ ଯେତେପ୍ରକାର ଶକ୍ତି ଉପଲବ୍ଧ ହେଉଛି ସେଗୁଡ଼ିକର ମୂଳଉତ୍ସ ହେଉଛି ସୂର୍ଯ୍ୟ ।
- ଜଳସ୍ରୋତ ଓ ବାୟୁ ସ୍ରୋତଠାରୁ ଆରମ୍ଭ କରି ବୃକ୍ଷଲତା ଇତ୍ୟାଦିରେ ଥିବା ଜୈବ ରାସାୟନିକ ଶକ୍ତି, ଜୀବାଶ୍ମ ଶକ୍ତି ଆଦି ସମସ୍ତ ଶକ୍ତି ସୌର ଶକ୍ତିରୁ ସୃଷ୍ଟି ହୋଇଥାଏ ।
- ଏହି ପ୍ରକାର ଶକ୍ତିଉତ୍ସରୁ ଶକ୍ତି ବ୍ୟବହାର କଲାପରେ ପୁନର୍ବାର ସେହି ଉତ୍ସ । ସୃଷ୍ଟି କରିହୁଏ ବା ପ୍ରାକୃତିକ ଉପାୟରେ
- ଏହି ପ୍ରକାର ଶକ୍ତିଉତ୍ସଗୁଡ଼ିକ ପ୍ରାୟ ଅସରନ୍ତି ଏବଂ ସେଗୁଡ଼ିକରେ ପ୍ରଚୁର ପରିମାଣରେ ଶକ୍ତି ଗଚ୍ଛିତ ଥାଏ । ହେତୁ ବାୟୁସ୍ରୋତ ସୃଷ୍ଟି ହୋଇଥାଏ ।
- ବାୟୁସ୍ରୋତକୁ ବ୍ୟବହାର କରି ପବନ ଚକ୍ରିଠାରୁ ଆରମ୍ଭକରି ପାଲଟଣା ବୋଇତ ପ୍ରଭୃତି ଚଳାଇବା ସମ୍ଭବ ହୋଇଥାଏ ।
- ବୃକ୍ଷଲତାରେ ଥିବା ଜୈବରାସାୟନିକ ଶକ୍ତି ସେମାନେ ଆଲୋକଶ୍ଳେଷଣ ପଦ୍ଧତିରେ ସୂର୍ଯ୍ୟାଲୋକରୁ ପାଇଥାନ୍ତି । ଏହି ଶକ୍ତିକୁ ଖାଦ୍ୟ-ଖାଦକ ଶୃଙ୍ଖଳରେ ଅନ୍ୟାନ୍ୟ ଜନ୍ତୁ ବିନିଯୋଗ କରିଥାନ୍ତି ।
- ଏ ସବୁକୁ ବିଚାର କଲେ ଏଥୁରୁ ସ୍ପଷ୍ଟ ହୁଏ, ଯେ ସୂର୍ଯ୍ୟ ହିଁ ସକଳ ଶକ୍ତିର ଆଧାର ଏବଂ ଅସରନ୍ତି ଶକ୍ତିର ଉତ୍ସ ଅଟନ୍ତି ।
(2) ସୌରଶକ୍ତି (Solar energy) :
- ସୂର୍ଯ୍ୟ ପ୍ରାୟ ପାଞ୍ଚଶହ କୋଟି ବର୍ଷ ହେଲା ସୌରମଣ୍ଡଳକୁ ବିପୁଳ ଶକ୍ତି ଯୋଗାଇ ଆସୁଛି ଏବଂ ଆହୁରି ଅନେକ କୋଟି ବର୍ଷ ପର୍ଯ୍ୟନ୍ତ ସେହିପରି ଶକ୍ତି ଯୋଗାଉଥିବ ।
- ଜଳସ୍ରୋତ ସାଧାରଣତଃ ସୂର୍ଯ୍ୟକିରଣ ପ୍ରଭାବରେ ଉତ୍ପନ୍ନ ହେଉଥିବା ବୃଷ୍ଟିପାତ ଯୋଗୁଁ ସମ୍ଭବ ହୋଇଥାଏ । ସୂର୍ଯ୍ୟକିରଣ ପ୍ରଭାବରେ ବାୟୁମଣ୍ଡଳର ବିଭିନ୍ନ ସ୍ଥାନ ସମାନଭାବେ ଉତ୍ତପ୍ତ ହେଉନଥିବାରୁ ବାୟୁଚାପରେ ପାର୍ଥକ୍ୟ ଅର୍ଥାତ୍ ଏକ ନିର୍ଦ୍ଦିଷ୍ଟ ପରିମାଣର ସୌରଶକ୍ତି ପୃଥିବୀକୁ ମିଳିଥାଏ । ଏହାକୁ ସୌର ପ୍ରବାହ କୁହାଯାଏ ।
- ଏକ ମିନିଟ୍ରେ ପ୍ରତି ବର୍ଗ ସେ.ମି.କୁ ଏହାର ପରିମାଣ ହେଉଛି ପ୍ରାୟ 2 କ୍ୟାଲୋରୀ ଅଟେ ।
- ଯେଉଁଶକ୍ତି ପୃଥିବୀପୃଷ୍ଠରେ ପହଞ୍ଚେ ତାର ପ୍ରାୟ ଅଧା ପୃଥିବୀ ଅବଶୋଷଣ କରେ ଏବଂ ଅବଶିଷ୍ଟ ପ୍ରତିଫଳିତ ଓ ବିକିରିତ ହୋଇ ମହାକାଶକୁ ଚାଲିଯାଏ । ଏହି ପ୍ରତିଫଳନକୁ ‘ଆଲ୍ବେଡ଼େ’ କୁହାଯାଏ ।
ଆମ ଦେଶ ବର୍ଷର ଅଧିକାଂଶ ସମୟରେ ପ୍ରଚୁର ସୌରଶକ୍ତି ଲାଭ କରିଥାଏ । ହିସାବରୁ ଜଣାଯାଏ ଯେ, ଏକ ବର୍ଷ ମଧ୍ୟରେ ଭାରତ ଯେଉଁ ସୌରଶକ୍ତି ଲାଭ କରିଥାଏ ତାହା 5000 ନିୟୁତ କିଲୋୱାଟ୍ ଆଓ୍ବାର ଶକ୍ତିଠାରୁ ଅଧୂକ । ନିର୍ମଳ ମେଘମୁକ୍ତ ଆକାଶରେ ପ୍ରତିଦିନ ପ୍ରାୟ 4 ରୁ 7 Kwh/m’ ଶକ୍ତି ମିଳିଥାଏ ।
- ଏକ କଳାପୃଷ୍ଠ, ଧଳାପୃଷ୍ଠ ବା ପ୍ରତିଫଳନ କରୁଥିବା ପୃଷ୍ଠଠାରୁ ଅଧିକ ତାପ ଅବଶୋଷଣ କରେ ।
- ସୌର କୁକର୍ ବା ଚୁଲା ଓ ସୌର ଜଳଉତ୍ତାପକର କାର୍ଯ୍ୟପଦ୍ଧତି ଏହି ନୀତି ଉପରେ ଆଧାରିତ ।
(3) ସୌରଚୁଲା :
- ଯେଉଁ ଉପକରଣ ଦ୍ଵାରା ସୌରତାପରେ ରୋଷେଇ କରାଯାଏ, ତାହାକୁ ସୌରଚୁଲା କୁହାଯାଏ ।
- ଏଥିରେ ସୌରତାପ ସିଧାସଳଖ ରୋଷେଇ ଦ୍ରବ୍ୟକୁ ଗରମ କରିଥାଏ ।
→କାର୍ଯ୍ୟ ପଦ୍ଧତି :
1. ଗୋଟିଏ ସୌରଚୁଲାର ପ୍ରଧାନ ଅଂଶଗୁଡ଼ିକ ହେଲା-ଆଧାରପାତ୍ର, ତାପଶୋଷୀ ଆଚ୍ଛାଦନ ଓ ପ୍ରତିଫଳକ ।
→(କ) ଆଧାର ପାତ୍ର :
- ଏଥୁରେ ଜଳ ଓ ରନ୍ଧାଦ୍ରବ୍ୟ ରଖୁବାପାଇଁ ପାତ୍ରମାନ ଥାଏ ।
- ଅଧିକ ତାପ ଅବଶୋଷଣ ପାଇଁ ଏହି ପାତ୍ରଗୁଡ଼ିକର ବାହାର ପାଖରେ କଳା ରଙ୍ଗର ପ୍ରଲେପ ଦିଆଯାଇଥାଏ । ବୃଦ୍ଧିପାଏ ।
- ପାତ୍ରଦ୍ଵାରା ଅବଶୋଷିତ ତାପ ସହଜରେ କାଚ ଆବରଣରି ବାହାରକୁ ଯାଇପାରେ ନାହିଁ ।
→(ଗ) ପ୍ରତିଫଳକ :
- ସୂର୍ଯ୍ୟକିରଣକୁ ସିଧା କିମ୍ବା ଅବତଳ ପ୍ରତିଫଳକ ସାହାଯ୍ୟରେ କେନ୍ଦ୍ରୀଭୂତ କରି ଆଧାର ପାତ୍ର ମଧ୍ୟକୁ ପକାଯାଏ ।
- ଏହା ଅନନ୍ତ ଆକାଶକୁ ଯେତେ ଶକ୍ତି ବିକିରଣ କରେ ତାହାର ଅତ୍ୟନ୍ତ ସ୍ଵଭାଗ ପୃଥିବୀପୃଷ୍ଠରେ ପହଞ୍ଚିଥାଏ
- ସାଧାରଣତଃ ଆଲୁମିନିୟମ୍ ଧାତୁ କିମ୍ବା କାଚରେ ପ୍ରତିଫଳକ ତିଆରି ହୋଇଥାଏ । ଅଧୂକ ପ୍ରତିଫଳନ ପାଇଁ ପ୍ରତିଫଳକର ଭିତରପୃଷ୍ଠକୁ ଅତି ମସୃଣ କରାଯାଇଥାଏ ।
- ଅବସ୍ଥାନ ଅନୁସାରେ ଏହାକୁ ବିଭିନ୍ନ ଦିଗରେ ଘୂରାଇ ସୂର୍ଯ୍ୟକିରଣକୁ ଆଧାରପାତ୍ର ଉପରେ ଫୋକସ୍ କରାଯାଇଥାଏ । ଓ ରୋଷେଇ କରାଯାଏ ।
(4) ସୋଲାର ସେଲ୍ (Solar cell) :
- ସୌରଶକ୍ତିକୁ ବିଦ୍ୟୁତ୍ ଶକ୍ତିରେ ପରିଣତ କରିବାପାଇଁ ବ୍ୟବହୃତ ଉପକରଣକୁ ସୌର ସେଲ୍ କୁହାଯାଏ ।
- ଯାନବାହନ ଚଳାଇବାରେ ଏବଂ ରେଡ଼ିଓ ଓ ଟେଲିଭିଜନ୍ର ଯନ୍ତ୍ରପାତିରେ ଏହି ସୌର ସେଲ୍ ବ୍ୟବହାର କରାଯାଉଅଛି।
ସୌର ସେଲ୍ ଉପରେ ପ୍ରଥମ ସଫଳ ଗବେଷଣା 1954 ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାର ବେଲ୍ ଟେଲିଫୋନ୍ ପରୋକ୍ଷ ଉପାୟରେ ସୌର ତାପରେ ଜଳ ଗରମକରି ସେଥୁରୁ ସୃଷ୍ଟ ଜଳୀୟବାଷ୍ପ ସାହାଯ୍ୟରେ ଟରବାଇନ୍ ଘୂରାଇ ବିଦ୍ୟୁତ୍ ଉତ୍ପାଦନ କରିବା ସମ୍ଭବ ହେଲା ।
- ସୌର ସେଲ୍ରେ ସୌରଶକ୍ତିର ସିଧାସଳଖ ବିନିଯୋଗ ବିଦ୍ୟୁତ୍ ବିଭବାନ୍ତର ସୃଷ୍ଟିକରେ । ତେଣୁ ଏହି ପଦ୍ଧତିକୁ ଆଲୋକ ଭୋଲ୍ଟୀୟ ପ୍ରଭାବ କୁହାଯାଏ ।
- ଭୋଲ୍ଟୀୟ ସେଲ୍ରେ ଯେପରି ବିଦ୍ୟୁତ୍ ବିଭବାନ୍ତର ସୃଷ୍ଟିହୁଏ, ସେହି ପରି ଏକ ପ୍ରକ୍ରିୟାର ନାମକରଣ ଏହିପରି ହୋଇଅଛି ।
- ସୌର ସେଲ୍ରେ N-ପ୍ରକାର ସିଲିକନ୍ କୁ P- ପ୍ରକାର ସିଲିକନ୍ ଉପରେ ଚପାଇ ରଖାଯାଏ ।
- ସିଲିକନ୍ ସ୍ଫଟିକରେ ଆର୍ସେନିକ୍ ମିଶାଇ N- ପ୍ରକାର ସିଲିକନ୍ ହୁଏ ।
- ସିଲିକନ୍ ସହିତ ମିଶିବା ବେଳେ ଗୋଟିଏ ଇଲେକଟ୍ରନ୍ ବଳି ପଡ଼େ ଓ ଏହି ମୁକ୍ତ ଇଲେକଟ୍ରନ୍ ଚାର୍ଜବାହକ ରୂପେ କାର୍ଯ୍ୟକରେ ।
- ଏହା ବିଯୁକ୍ତ ଚାର୍ଜ ହୋଇଥବାରୁ ଏପରି ଆର୍ସେନିକ୍ ମିଶା ସିଲିକନ୍କୁ N-ପ୍ରକାର ସିଲିକନ୍ କୁହାଯାଏ ।
- ପାତ୍ରଦ୍ୱାରା ଅବଶୋଷିତ ତାପ ସହଜରେ କାଚ ଆବରଣରି ବାହାରକୁ ଯାଇପାରେ ନାହିଁ ।
- ସେହିପରି ଯଦି ସିଲିକନ୍ରେ ବୋରନ୍ ଖାଦ ମିଶିଥାଏ ତାହା P-ପ୍ରକାର ସିଲିକନ୍ ହୁଏ । N-ପ୍ରକାର ସିଲିକନ୍ ଓ P-ପ୍ରକାର ସିଲିକନ୍ ଉପରେ ସୂର୍ଯ୍ୟକିରଣ ପଡ଼ିଲେ ଯୁକ୍ତ ଓ ବିଯୁକ୍ତ ଅଗ୍ରମଧ୍ଯରେ ବିଭବାନ୍ତର ସୃଷ୍ଟିହୁଏ ।
- ଉଭୟ ଅଗ୍ରକୁ ପରିବାହୀ ତାରଦ୍ଵାରା ସଂଯୋଗ କଲେ ବିଦ୍ୟୁତ୍ ପ୍ରବାହ ହୁଏ ।
- ଏହି ଉପକରଣରେ ଆଲୋକ ପଡୁଥିବା ପର୍ଯ୍ୟନ୍ତ ବିଦ୍ୟୁତ୍ ପ୍ରବାହ ଚାଲୁରହେ । ଏହିପରି ଭାବରେ ସୌରସେଲ୍ରେ ସୌରଶକ୍ତି ବିଦ୍ୟୁତ୍ ଶକ୍ତିରେ ପରିଣତ ହୋଇଥାଏ ।
- ଏକ ସୌରସେଲ୍ ଆଲୋକିତ ହେଲେ ପ୍ରାୟ 0.5 ରୁ 1.0V ପର୍ଯ୍ୟନ୍ତ ଭୋଲ୍ଟେଜ ସୃଷ୍ଟି କରିପାରେ ଏବଂ ପ୍ରାୟ 0.7 W ପର୍ଯ୍ୟନ୍ତ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରିପାରେ ।
- ଅଧ୍ଵ ବିଦ୍ୟୁତ୍ ବିଭବାନ୍ତର ସୃଷ୍ଟିପାଇଁ ଗୁଡ଼ିଏ ସୌର ସେଲ୍କୁ ପଙ୍କ୍ତି ଓ ସ୍ତମ୍ଭରେ ସଜାଇ ସଂଯୁକ୍ତ କରାଯାଏ ଓ ଏହାକୁ ସୋଲାର ସେଲ୍ ପ୍ୟାନେଲ୍ କୁହାଯାଏ ।
ସୌରସେଲ୍ ତିଆରିପାଇଁ ବ୍ୟବହାର ହେଉଥିବା ବିଶେଷ ଧରଣର ସିଲିକନ୍ ସହଜରେ ଉପଲବ୍ଧ ହୁଏନାହିଁ । ସୌରସେଲ୍ର ସଂପୂର୍ଣ୍ଣ ତିଆରି ପ୍ରକ୍ରିୟା ମଧ୍ୟ ଅତ୍ୟନ୍ତ ବ୍ୟୟବହୁଳ । ପ୍ୟାନେଲ୍ ପ୍ରସ୍ତୁତି ପାଇଁ ସେଲ୍ ଓ ସେଲ୍କୁ ଯୋଡ଼ିବାପାଇଁ ବ୍ୟବହୃତ ସିଲଭର ଏହି ଖର୍ଚ୍ଚକୁ ବହୁଗୁଣିତ କରିଥାଏ ।
→ପବନ ଶକ୍ତି (Wind energy) :
- ପବନ ଶକ୍ତିର ବ୍ୟବହାର ଅତି ପ୍ରାଚୀନ । ପ୍ରାୟ ପାଞ୍ଚହଜାର ବର୍ଷପୂର୍ବେ ମିଶର (ଇଜିପ୍ଟ)ରେ ପବନଶକ୍ତି ବ୍ୟବହାର କରି ପାଲଟଣା ଡଙ୍ଗା ଚଳାଯାଉଥିଲା ।
- ବହୁକାଳରୁ ସମୁଦ୍ରତଟ ଦେଶମାନଙ୍କରେ ପାଲଟଣା ଜାହାଜରେ ନୌବାଣିଜ୍ୟ ଚାଲୁଥିଲା । କାଳକ୍ରମେ ପବନ କଳ ସାହାଯ୍ୟରେ କାଠଚିରା, ଅଟାପେଷା, ତେଲପେଡ଼ା ଇତ୍ୟାଦି ଅନେକ କାର୍ଯ୍ୟ କରାଗଲା ।
- ଭୂପୃଷ୍ଠ ବା ଜଳାଶୟ ସୂର୍ଯ୍ୟକିରଣ ଦ୍ବାରା ଅସନ୍ତୁଳିତ ଭାବେ ଗରମ ହେଲେ ସେ ସ୍ଥାନକୁ ପବନ ବହିବାକୁ ଆରମ୍ଭ କରେ । ବାୟୁର ଏହି ଗତିଜ ଶକ୍ତିକୁ ବିଭିନ୍ନ ପ୍ରକାର କାର୍ଯ୍ୟ କରିବାପାଇଁ ବ୍ୟବହାର କରାଯାଇପାରେ ।
- ପବନ କଳ ସାହାଯ୍ୟରେ ବାୟୁର ଗତିଜ ଶକ୍ତିକୁ ଉପଯୋଗ କରି ଜେନେରେଟର୍ (Generator) ଚଳାଇ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇଥାଏ ।
- ଏହି କଳରେ କେତେଗୁଡ଼ିଏ ପ୍ରପେଲର୍ ଖଞ୍ଜା ଯାଇଥାଏ । ଏହାର ବ୍ୟାସ ପ୍ରାୟ ୪ ମିଟର ଅଟେ ।
- ଏହି କଳକୁ ଏକ ଉଚ୍ଚ ଇସ୍ପାତ୍ ନିର୍ମିତ ଟାୱାର ଉପରେ ରଖାଯାଇଥାଏ । ବାୟୁ ପ୍ରବାହ ଯୋଗୁଁ ପ୍ରପେଲର୍ ଘୂରେ ଏବଂ ତତ୍ସହିତ ସଂଯୁକ୍ତ ଜେନେରେଟର୍କୁ ଘୂରାଏ । ଫଳତଃ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ହୁଏ ।
- ଡେନ୍ମାର୍କ ସରକାରଙ୍କ ସହାୟତାରେ ଓଡ଼ିଶା ସରକାର ପୁରୀ ସମୁଦ୍ରକୂଳରେ କେତେକ ପବନ କଳ ସ୍ଥାପନ କରିଛନ୍ତି । ଏଥୁରୁ ବାର୍ଷିକ ପ୍ରାୟ 5.5 ମେଗାଓ୍ବାଟ୍ ଶକ୍ତି ମିଳିପାରୁଛି । ସେହିପରି କୋଣାର୍କର ସମୁଦ୍ରକୂଳରେ ମଧ୍ୟ କେତେଗୁଡ଼ିଏ ପବନ କଳ ସ୍ଥାପନ କରାଯାଇଅଛି ।
ଡେନ୍ମାର୍କକୁ ‘ପବନର ଦେଶ’ ବୋଲି କୁହାଯାଏ । ଏହି ଦେଶର 25 ପ୍ରତିଶତରୁ ଅଧିକ ବିଦ୍ୟୁତ୍ ଶକ୍ତି ଚାହିଦା ପବନ କଳଦ୍ଵାରା ମେଣ୍ଟାଯାଇଥାଏ । ପବନ ଶକ୍ତିକୁ ବ୍ୟବହାର କରି ବିଦ୍ୟୁତ୍ ଉତ୍ପାଦନ କରିବାରେ ଜର୍ମାନୀର ବିନିଯୋଗ କରି ପ୍ରାୟ 45000 ମେଗାଓ୍ବାଟ୍ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇପାରିବ । ଭାରତର ବୃହତ୍ତମ ‘ପବନଶକ୍ତି କ୍ଷେତ୍ର’ କନ୍ୟାକୁମାରୀଠାରେ ସ୍ଥାପନ କରାଯାଇଛି ଏବଂ ଏଠାରେ ପ୍ରାୟ 380 ମେଗାଓ୍ବାଟ୍ ବିଦ୍ୟୁତ୍ ।
- ଗୋଟିଏ ପବନ କଳରୁ ଉତ୍ପାଦିତ ଶକ୍ତି ଏତେ ଅଧିକ ନୁହେଁ । ତେଣୁ ଏକାସାଙ୍ଗରେ ଗୋଟିଏ ସ୍ଥାନରେ ଅନେକ ପବନ କଳ ସ୍ଥାପନ କରାଯାଇଥାଏ । ଏହାକୁ ପବନ ଶକ୍ତି କେନ୍ଦ୍ର ବା ପବନ ଶକ୍ତି କ୍ଷେତ୍ର କୁହାଯାଇଥାଏ । ଏହି କ୍ଷେତ୍ରଗୁଡ଼ିକର ସମୂହ ଶକ୍ତି ବ୍ୟାବସାୟିକ କ୍ଷେତ୍ରରେ ବିଦ୍ୟୁତ୍ ଶକ୍ତି ଉତ୍ପାଦନରେ ସହାୟକ ହୋଇଥାଏ ।
→ଜଳଶକ୍ତି (Hydro energy) :
1. ବାୟୁପରି ଜଳରୁ ମଧ୍ୟ ଶକ୍ତି ଉତ୍ପାଦନ କରି ବ୍ୟବହାର କରାଯାଇପାରୁଛି । ଏହାକୁ ଜଳଶକ୍ତି କୁହାଯାଏ । ନିମ୍ନୋକ୍ତ ପ୍ରକାରରେ ଜଳଶକ୍ତିକୁ ବ୍ୟବହାର କରାଯାଏ ।
→ଜୁଆର ଶକ୍ତି (Tidal energy) :
- ପ୍ରଭାବ ଯୋଗୁଁ ସମୁଦ୍ରଜଳର ଉତ୍ଥାନ ପତନ ପରିଲକ୍ଷିତ ହୁଏ ଓ ଜୁଆର ସୃଷ୍ଟିହୁଏ । ସମୁଦ୍ରଜଳର ଉତ୍ଥାନପତନରୁ ଜୁଆର ଶକ୍ତିର ସୃଷ୍ଟି । ସମୁଦ୍ର ତଟବର୍ତ୍ତୀ ସ୍ଥାନରେ ପିଟି ହେଉଥିବା ଢେଉର ଶକ୍ତି ଯଥେଷ୍ଟ ଅଧିକ ।
- 1961 ମସିହାରେ ଫରାସୀ ବୈଜ୍ଞାନିକମାନେ ଜୁଆରରୁ ଶକ୍ତି ସଂଗ୍ରହ ପାଇଁ ଏକ ଯୋଜନା ପ୍ରସ୍ତୁତ କରିଥିଲେ ।
- ରାନ୍ସ ନଦୀ ମୁହାଣରେ ଜୁଆର ଓ ଭଟ୍ଟା ଦିନକ ମଧ୍ୟରେ ଦୁଇଥର ଜୁଆର ଓ ଭଟ୍ଟା ମଧ୍ୟରେ ଜଳପତ୍ତନର ଉଚ୍ଚତାରେ ପ୍ରାୟ 14 ମିଟର ପାର୍ଥକ୍ୟ ରହେ । ହୋଇଥାଏ । ସେହି ଜୁଆରରୁ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଏ ।
- ଜୁଆରଶକ୍ତି ସଂଗ୍ରହ ପାଇଁ ନଦୀ ମୁହାଣରେ ପ୍ରାୟ 20 କି.ମି. ଲମ୍ବର ଜଳାଶୟ ନିର୍ମାଣ କରାଯାଇ ସେଥିରେ ସ୍କୁ ଇସ୍ ଗେଟ୍ ଲଗାଯାଏ ।
- ଉଚ୍ଚ ଜୁଆର ସମୟରେ ସେହି ଗେଟ୍ ଖୋଲିଦିଆଯାଏ । ଜଳାଶୟ ମଧ୍ୟକୁ ଜଳ ପ୍ରବେଶ କଲାପରେ ଗେଟ୍ ବନ୍ଦ କରାଯାଏ । ପରେ ଉଚ୍ଚପତ୍ତନରୁ ଜଳକୁ ନିୟନ୍ତ୍ରିତଭାବେ ସମୁଦ୍ରକୁ ଖଲାସ କରାଯାଏ ।
- ଏହି ଖଲାସ ହେଉଥିବା ଜଳସ୍ରୋତରେ ଟର୍ବାଇନ୍ ଚଳାଇ ବିଦ୍ୟୁତଶକ୍ତି ଉତ୍ପାଦନ କରାଯାଏ ।
- କରି ବିଦ୍ୟୁତ୍ ଉତ୍ପାଦନ କରାଯାଇପାରିବ । ଏହା କରାଗଲେ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ଓ ଜଳସେଚନରେ ଦେଶ ସମୃଦ୍ଧ ହୋଇପାରିବ ।
→ତରଙ୍ଗ ଶକ୍ତି (Wave energy) :
- ଜୁଆର ପରି ଢେଉରେ ଥିବା ଗତିଜଶକ୍ତିକୁ ବିନିଯୋଗ କରି ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇପାରିବ ।
- ସମୁଦ୍ରର ଉପରିଭାଗରେ ପ୍ରବଳ ବାୟୁପ୍ରବାହରୁ ଢେଉର ସୃଷ୍ଟି । ଏହି ଢେଉଶକ୍ତିକୁ ସଂଗ୍ରହ କରି ଟର୍ବାଇନ୍ ଚଳାଇ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇପାରୁଛି ।
ଜଳବିଦ୍ୟୁତ୍ ଶକ୍ତି :
→ନଦୀବନ୍ଧ ଯୋଜନା (River dam project) :
- ପକାଇ ଏକ ବୃହତ୍ ଜଳଭଣ୍ଡାର ସୃଷ୍ଟି କରାଯାଏ । ପରେ ଜଳକୁ ଉଚ୍ଚପତ୍ତନରୁ ନିମ୍ନ ପତ୍ତନକୁ ପ୍ରବଳ ବେଗରେ ଛଡ଼ାଯାଏ ।
- ସେଥୁରୁ ସୃଷ୍ଟି ହେଉଥିବା ଜଳସ୍ରୋତର ବ୍ୟବହୃତ ହୁଏ ।
- ଟର୍ବାଇନ୍ ସହ ସଂଯୁକ୍ତ ଜେନେରେଟରର ଆର୍ମେଚର ଘୂରିବା ଦ୍ବାରା ବିଦ୍ୟୁତ୍ ଶକ୍ତି ଉତ୍ପାଦିତ ହୁଏ ।
1948 ମସିହାରୁ ଭାରତ ସରକାର ଜଳବିଦ୍ୟୁତ୍ ଯୋଗାଣ ଆଇନ ପ୍ରଣୟନ କରିଛନ୍ତି । ଜଳ ବିଦ୍ୟୁତ୍ ଉତ୍ପାଦନ ଓ ବଣ୍ଟନ କାର୍ଯ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହେଉଛି । ଆମ ରାଜ୍ୟରେ ହୀରାକୁଦ, ମାଛକୁଣ୍ଡ, ବାଲିମେଳା, ରେଙ୍ଗାଲି, ଉପର କୋଲାବ, ଉପର ଇନ୍ଦ୍ରାବତୀ ଆଦି ଜଳବିଦ୍ୟୁତ୍ ପ୍ରକଳ୍ପମାନ କାର୍ଯ୍ୟକାରୀ ହେଉଛି । ଜଳଶକ୍ତିର କ୍ଷମତା ଯଥେଷ୍ଟ ଅଧିକ । ଏହାକୁ ସହଜରେ ଅନ୍ୟ ଶକ୍ତିରେ ରୂପାନ୍ତରିତ କରାଯାଇପାରେ । କିନ୍ତୁ ସେ ଶକ୍ତିକୁ ସଫଳ ଉପାୟରେ ସଂଗ୍ରହ କରି ବ୍ୟାବସାୟିକ କ୍ଷେତ୍ରରେ ଉପଯୁକ୍ତ ଭାବରେ ବିନିଯୋଗ କରିପାରିଲେ ଶକ୍ତି ଚାହିଦା ପୂରଣ ହୋଇପାରିବ ।
→ସାମୁଦ୍ରିକ ତାପଜଶକ୍ତି (Ocean thermal energy) :
- ସମୁଦ୍ରର ପୃଷ୍ଠଭାଗ ଓ ଆଭ୍ୟନ୍ତରୀଣ ଜଳମଧ୍ୟରେ ଥିବା ତାପମାତ୍ରାର ପ୍ରଭେଦକୁ ବ୍ୟବହାର କରି ଶକ୍ତି ସଂଗ୍ରହ କରାଯାଇପାରିବ । ସାଗର ବା ମହାସାଗରର ପୃଷ୍ଠଭାଗ ଜଳ ସୂର୍ଯ୍ୟତାପରେ ଉତ୍ତପ୍ତ ହୁଏ କିନ୍ତୁ ଅତି ଗଭୀରରେ ଥିବା ଜଳ ଅପେକ୍ଷାକୃତ ଥଣ୍ଡା ଥାଏ ।
- ତାପଜ ଶକ୍ତି ରୂପାନ୍ତରଣ କେନ୍ଦ୍ର ମାନଙ୍କରେ ତାପଜ ଶକ୍ତିରେ ରୂପାନ୍ତରିତ କରାଯାଏ । ଏହି ପ୍ରକାର ଶକ୍ତିକୁ ସାମୁଦ୍ରିକ ତାପଜ ଶକ୍ତି କୁହାଯାଏ । ଏହାକୁ ବିଭିନ୍ନ କାର୍ଯ୍ୟରେ ବିନିଯୋଗ କରାଯାଇପାରୁଛି ।
- ସମୁଦ୍ରର ପୃଷ୍ଠଭାଗ ଜଳ ଓ 2 କି.ମି. ଗଭୀର ଜଳ ମଧ୍ଯରେ ତାପମାତ୍ରାର ପାର୍ଥକ୍ୟ 20°C ବା 293°K ହେଲେ, ରୂପାନ୍ତରଣ ପାୱାର ପ୍ଲାଣ୍ଟ କାର୍ଯ୍ୟକ୍ଷମ ହୋଇଥାଏ ।
- ପୃଷ୍ଠଭାଗର ତାପ ତରଳ ଏମୋନିଆ ଓ କ୍ଲୋରୋଫ୍ଲୋରୋକାର୍ବନ (CFC)କୁ ବାଷ୍ପୀଭୂତ କରିବାରେ ବ୍ୟବହୃତ ହୁଏ । ପରେ ଏହି ବାଷ୍ପ ଜେନେରେଟର୍ର ଟର୍ବାଇନ୍ ଘୂରାଇବାରେ ସାହାଯ୍ୟ କରେ ।
- ଅତି ଗଭୀରରେ ଥିବା ଥଣ୍ଡାଜଳକୁ ପମ୍ପସାହାଯ୍ୟରେ ଉପରକୁ ଉଠାଯାଇ ବାଷ୍ପକୁ ଥଣ୍ଡାକରି ପୁଣି ତରଳ ଅବସ୍ଥାକୁ ଅଣାଯାଏ ।
- ଏହି ପ୍ରକ୍ରିୟାରେ ବର୍ଷର ସବୁ ସମୟରେ ଶକ୍ତି ଉପଲବ୍ଧ ହୋଇପାରେ । ଏଥିପାଇଁ ପବନର ଗତି ଉପରେ ନିର୍ଭର କରିବାକୁ ପଡ଼େନାହିଁ ।
→ଭୂତାପଜ ଶକ୍ତି (Geothermal energy) :
- ପ୍ରକ୍ରିୟା ଦ୍ବାରା ନିୟନ୍ତ୍ରଣ କରି କରାଯାଇପାରେ । ଏହାକୁ ଭୂତାପଜ ଶକ୍ତି କୁହାଯାଏ ।
- ଅତ୍ୟନ୍ତ ଉତ୍ତପ୍ତ । ଏହି ତାପରେ ତରଳ ଶିଳା କୁ ମା ମା କୁହାଯାଏ ।
- ପରିବର୍ତ୍ତନ ଏହି ମା ମାକୁ ଉପରକୁ ଠେଲିଦିଏ । ଫଳରେ ରହି ଯାଏ । ଏହି ସ୍ଥାନ ଗୁ ଡ଼ି କୁ ‘ଉତ୍ତପ୍ତ ସ୍ଥାନ’ ବୋଲି କୁହାଯାଏ,
- ଭୂତଳ ଜଳ ଉତ୍ତପ୍ତ ସ୍ଥାନମାନଙ୍କର ସଂସ୍ପର୍ଶରେ ଆସି ବାଷ୍ପରେ ପରିଣତ ହୁଏ । ସ୍ଥାନେ ସ୍ଥାନେ ଏହି ଉତ୍ତପ୍ତ ଜଳ ଫାଟ ପାଇ ଭୂପୃଷ୍ଠକୁ ଚାଲିଆସେ । ଏହାକୁ ଉଷ୍ଣ ପ୍ରସ୍ରବଣ କୁହାଯାଏ ।
- ଶିଳାଖଣ୍ଡ ମଧ୍ୟରେ ରହି ଏହି ବାଷ୍ପ ଉଚ୍ଚ ଚାପ ସୃଷ୍ଟିକରେ । ଏହି ସ୍ଥାନ ପର୍ଯ୍ୟନ୍ତ ପାଇପ ଭର୍ତ୍ତି କରି ଏହି ବାଷ୍ପକୁ ସଂଗ୍ରହ କରାଯାଏ ।
- ଅତ୍ୟଧିକ ଚାପରେ ଥିବା ଏହି ଜଳୀୟ ବାଷ୍ପ ଜେନେରେଟର୍ର ଟଇବାଇକୁ ଘୂରାଏ ଏବଂ ସେଥୁରୁ ବିଦ୍ୟୁତ୍ ଶକ୍ତି ଉତ୍ପାଦିତ ହୋଇଥାଏ ।
- କେତେକ ସ୍ଥାନରେ ଜଳୀୟବାଷ୍ପ ଓ ଉତ୍ତପ୍ତ ଜଳ, ବିନା ପାଇପ୍ରେ ପୃଷ୍ଠଭାଗକୁ ଚାଲିଆସେ । ଏହାକୁ ବ୍ୟବହାର କରି ମଧ୍ୟ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇଥାଏ ।
ଅନ୍ୟ ଶକ୍ତି ତୁଳନାରେ ଭୂତାପଜ ଶକ୍ତି ଅଧିକ ଉପାଦେୟ ଅଟେ । ବର୍ଷର ସବୁ ସମୟରେ ଏହି ଶକ୍ତି ସଂଗ୍ରହ କରାଯାଇପାରେ । ଏହା ପରିବେଶ ପ୍ରଦୂଷଣ କରେନାହିଁ । ଅନ୍ୟ ଉପାୟରେ ଉତ୍ପାଦିତ ବିଦ୍ୟୁତଶକ୍ତି ତୁଳନାରେ ଏହି ଉପାୟରେ ଉତ୍ପାଦିତ ବିଦ୍ୟୁତଶକ୍ତି ନିମନ୍ତେ ଖର୍ଚ୍ଚ ଯଥେଷ୍ଟ କମ୍ । ନିଉଜିଲାଣ୍ଡ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ପ୍ରକାର ଶକ୍ତିର ବହୁଳ ବ୍ୟବହାର ହେଉଛି । ଆମ ଦେଶର ମଧ୍ୟପ୍ରଦେଶରେ ଭୂତାପଜ ଶକ୍ତିର ଉପଯୋଗ
→ଆଣବିକ ଶକ୍ତି (Nuclear energy) :
- ନାଭିକୀୟ ବିଭାଜନ ଦ୍ବାରା ୟୁରାନିୟମ୍, ପ୍ଲା ଟୋନିୟମ୍ ବା ଥୋରିୟମ୍ ପରି କୌଣସି ଗୁରୁ ପରମାଣୁର ନାଭିକୀୟ ବିଭାଜନ ଘଟିଲେ ଏହା ଲଘୁ ନାଭିକରେ ପରିଣତ ହୁଏ । ଏହି ପ୍ରକ୍ରିୟାରେ ପ୍ରଚୁର ଶକ୍ତି ନିର୍ଗତ ହୁଏ । ଏହାକୁ ନାଭିକୀୟ ଶକ୍ତି କୁହାଯାଏ ।
- ଉଦାହରଣ : ଏକ ୟୁରାନିୟମ୍ ପରମାଣୁର ବିଭାଜନରୁ ଯେତେ ଶକ୍ତି ଜାତ ହୁଏ ତାହା କୋଇଲାରେ ଥିବା ଏକ କାର୍ବନ ପରମାଣୁର ଦହନରୁ ଜାତ ଶକ୍ତିଠାରୁ ପ୍ରାୟ 10 ନିୟୁତ ଗୁଣ ଅଧ୍ଵ ଅଟେ । ଏହି ନାଭିକୀୟ ପ୍ରତିକ୍ରିୟାଦ୍ୱାରା ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଏ ।
ନାଭିକୀୟ ବିଭାଜନରେ ପ୍ରାଥମିକ ବସ୍ତୁତ୍ୱ ଓ ପରିବର୍ତ୍ତିତ ବସ୍ତୁତ୍ୱ ମଧ୍ଯରେ ଜାତ ପାର୍ଥକ୍ୟ (∆m), ଶକ୍ତିରେ ପରିଣତ ହୁଏ । ଏହା ଆଲବର୍ଟ ଆଇନ୍ଷ୍ଟାଇନ୍ଙ୍କର ବିଖ୍ୟାତ ସମୀକରଣ E = mc? ଦ୍ବାରା ନିର୍ଦ୍ଧାରଣ କରାଯାଇପାରେ, ଯେଉଁଥରେ E ହେଉଛି ଶକ୍ତି, m ବସ୍ତୁତ୍ଵ ଓ c ହେଉଛି ଶୂନ୍ୟରେ ଆଲୋକର ଗତି । ନାଭିକୀୟ ବିଜ୍ଞାନରେ ଶକ୍ତି ev vam gial Fall | (1 ev = 1.602 × 10-19 Joules).
- ଆମ ଦେଶର ତାରାପୁର (ମହାରାଷ୍ଟ୍ର), ରାଣା ପ୍ରତାପ ସାଗର (ରାଜସ୍ତାନ), କଲ୍ପକମ୍ ତାମିଲନାଡୁ), ନାରୋରା (ଉତ୍ତରପ୍ରଦେଶ), କାକ୍ରାପୁର (ଗୁଜୁରାଟ), ନଇଗା (କର୍ଣ୍ଣାଟକ) ଆଦି ସ୍ଥାନମାନଙ୍କରେ ନାଭିକୀୟ ଶକ୍ତିରୁ
- ଏହିପରି ଭାବରେ ଉତ୍ପାଦିତ ବିଦ୍ୟୁତଶକ୍ତି ସମସ୍ତ ଉତ୍ପାଦିତ ଶକ୍ତିର 3%ରୁ କମ୍ । ଅନେକ ବିଭବଶାଳୀ ଦେଶ ଏହି ଉପାୟରେ 30%ରୁ ଅଧିକ ଶକ୍ତି ଉତ୍ପାଦନ କରୁଛନ୍ତି ।
→ଜୈବ ଶକ୍ତି (Bioenergy) :
1. କାଠକୁ ଜାଳେଣିଭାବେ ବ୍ୟବହାର କରାଯାଏ । ଏହାଛଡ଼ା ଗୋବରକୁ ମଧ୍ୟ ଜାଳେଣି ଭାବେ ବ୍ୟବହାର କରାଯାଇଥାଏ । ଏହି ସମସ୍ତ ପ୍ରକାର ଜାଳେଣି ଉଭିଦ ଓ ପ୍ରାଣୀମାନଙ୍କଠାରୁ ମିଳୁଥିବାରୁ ଏହାକୁ ‘ଜୈବ ଜାଳେଣି’ ବା ଜୈବ ବସ୍ତୁତ୍ଵରୁ ପ୍ରସ୍ତୁତ ଜାଳେଣି କୁହାଯାଏ ।
2. କାଠ, ଗୋବର, ପରିବାଚୋପା, ଆବର୍ଜନା ଓ କେତେକ କୃଷିଜାତ ଜୈବ ଆବର୍ଜନାରୁ ଶକ୍ତି ମିଳିଥାଏ । ଏହି ଶକ୍ତିକୁ ‘ଜୈବଶକ୍ତି’ କୁହାଯାଏ । ଜୈବଶକ୍ତି ଜୈବ ପଦାର୍ଥରେ ନିହିତ ଥାଏ । ଜୈବ ପଦାର୍ଥକୁ ସାଧାରଣତଃ ତିନିଶ୍ରେଣୀରେ ବିଭକ୍ତ କରାଯାଇପାରେ, ଯଥା-
(କ) ନୂତନ ଉଭିଦ : ବୃକ୍ଷ, ଉଭିଦ, ଶସ୍ୟ, ଶୈବାଳ ଇତ୍ୟାଦି;
(ଖ) ଅବଶେଷ : କୁଟା, କୁଣ୍ଡା, ଆଖୁଖଦା, ଜଙ୍ଗଲର ଅବଶେଷ
(ଗ) ଆବର୍ଜନା : ଅପଘଟନଯୋଗ୍ୟ ଆବର୍ଜନା, ମଳ, ନାଳ ନର୍ଦ୍ଦମାର ଅଳିଆ, କାରଖାନାର ଜୈବ ଆବର୍ଜନା, ଗୋବର ଇତ୍ୟାଦି ।
ଦହନ, ତାପ ଅପଘଟନ, ଗ୍ୟାସୀକରଣ ଓ ତରଳୀକରଣ ପ୍ରଣାଳୀରେ ଜୈବ ପଦାର୍ଥରୁ ଜୈବଶକ୍ତି ଉତ୍ପାଦନ କରାଯାଏ ।
(1) ଜୈବଗ୍ୟାସ :
- ଅମ୍ଳଜାନ ଅନୁପସ୍ଥିତିରେ ଜୈବ ପଦାର୍ଥର ବିଘଟନଦ୍ୱାରା ନିର୍ଗତ ଗ୍ୟାସ୍ର ମିଶ୍ରଣକୁ ‘ଜୈବଗ୍ୟାସ୍’ କୁହାଯାଏ ।
- ବିଶେଷ କ୍ଷେତ୍ରରେ ଗୋବରରୁ ଏହି ଗ୍ୟାସ୍ ମିଳୁଥିବାରୁ ଓ ଗୋବର ପ୍ରାରମ୍ଭିକ ପଦାର୍ଥଭାବେ ବ୍ୟବହାର କରାଯାଉଥିବାରୁ ଏହାକୁ ସାଧାରଣରେ ଗୋବର ଗ୍ୟାସ୍ ବୋଲି ମଧ୍ୟ କୁହାଯାଇଥାଏ । ଗୋବର ଓ ବିଭିନ୍ନ ଆବର୍ଜନାରୁ ଉତ୍ପାଦିତ ଗ୍ୟାସ ହେଉଛି ମିଥେନ୍ ।
ଆମ ଦେଶରେ ପ୍ରାୟ 30 କୋଟି ଗୋରୁ, ମଇଁଷି ଆଦି ଅଛନ୍ତି । ସେମାନଙ୍କ ଗୋବରରୁ ପ୍ରାୟ ଶତକଡ଼ା 30 ଭାଗ ଜାଳେଣି ମିଳିଥାଏ ଏବଂ ଶତକଡ଼ା 34 ଭାଗ ଜାଳେଣି କୃଷିଜାତ ଅବଶେଷରୁ ମିଳେ । ଦେଶରେ ଥିବା ଗୋରୁ ଓ ମଇଁଷିମାନଙ୍କଠାରୁ ବର୍ଷକୁ ପ୍ରାୟ ୨୦ କୋଟି ଟନ୍ ଗୋବର ମିଳେ । ସେଥିପାଇଁ ଗୋବରରୁ ଉତ୍କୃଷ୍ଟ ଉପାୟରେ ଶକ୍ତି ଉତ୍ପାଦନପାଇଁ ଗ୍ରାମବାସୀମାନଙ୍କୁ ସରକାରୀ ଆର୍ଥିକ ସହାୟତା ମଧ୍ୟ ମିଳୁଛି ।
- ଚାରି ପାଞ୍ଚଟି ଗାଈଗୋରୁଙ୍କ ଗୋବରରେ ଏକ ଗୋବର ଗ୍ୟାସ୍ ପ୍ଲାଣ୍ଟ କଲେ ଏହା ସାତ ଆଠଜଣିଆ ପରିବାରର ରୋଷେଇପାଇଁ ଗ୍ୟାସ୍ ଯୋଗାଇପାରିବ ।
(2) ଗୋବର ଗ୍ୟାସ୍ ପ୍ଲାଣ୍ଟର ଗଠନ :
ଗୋବର ଗ୍ୟାସ୍ ପ୍ଲାଣ୍ଟରେ ନିମ୍ନଲିଖ୍ତ ଅଂଶ ରହି ଥାଏ। ଯଥା-ପ୍ରବେଶପାତ୍ର, ଡାଇଜେଷ୍ଟ କୂପ, ଧାତୁନିମତ ଡ଼ୋମ୍ ଓ ନିର୍ଗମ ନଳୀ ।
→(କ) ପ୍ରବେଶ ପାତ୍ର :
- ଏଥିରେ ଗୋବର ଓ ପାଣି 4:5 ଆୟତନ ଅନୁପାତରେ ମିଶାଇ ଭଲଭାବରେ ଫେଣ୍ଟି ପାତ୍ରରେ ଭର୍ତ୍ତି କରାଯାଏ ।
- ଏହି ମିଶ୍ରଣ ଏକ ନଳଭିତର ଦେଇ ଆପେ ଆପେ ଡାଇଜେଷ୍ଟର କୂପକୁ ଚାଲିଯାଏ ।
→(ଖ) ଡାଇଜେଷ୍ଟର କୂପ :
1. ଏହାର ଚାରିକାନ୍ଥ ଇଟା ଓ ସିମେଣ୍ଟରେ ତିଆରି ହୋଇଥାଏ । ଏହାର ପ୍ରାୟ ଏକ ତୃତୀୟାଂଶ ଭୂମିର ଉପରକୁ ଓ ଦୁଇ ତୃତୀୟାଂଶ ଭୂମିଠାରୁ ତଳକୁ ଥାଏ । ଗୋବର ଓ ପାଣିର ମିଶ୍ରଣ ଏଠାରେ ଜମା ହୁଏ ।
→(ଗ) ଧାତୁନିର୍ମିତ ଡୋମ୍ :
- ସାଧାରଣତଃ ଏହି ଡୋମଟି ଇସ୍ପାତ୍ରରେ ନିର୍ମିତ ।
- ଏବେ ସିମେଣ୍ଟ ଓ କଂକ୍ରିଟ୍ରେ ଡୋମ୍ ନିର୍ମାଣ କରାଯାଉଛି । ଏହା କୂପକୁ ସମ୍ପୂର୍ଣ୍ଣରୂପେ ଘୋଡ଼ାଇ ବାୟୁରୋଧୀ କରିଦିଏ ।
- ଅମ୍ଳଜାନ ଅନୁପସ୍ଥିତିରେ ବଢ଼ି ପାରୁଥିବା ମିଥାନୋଜେନ୍ ଓ ଅନ୍ୟାନ୍ୟ ବ୍ୟାକ୍ଟେରିଆ ଏହି ମିଶ୍ରଣରୁ କିଣ୍ବନ ଦ୍ବାରା ମିଥେନ୍, କାର୍ବନ ଡାଇଅକ୍ସାଇଡ୍, ହାଇଡ୍ରୋଜେନ୍, ହାଇଡ୍ରୋଜେନ ସଲଫାଇଡ୍ ଗ୍ୟାସ୍ ଉତ୍ପନ୍ନ କରନ୍ତି । ଏଥୁରେ ମିଥେନ୍ ଗ୍ୟାସ୍ ଶତକଡ଼ା ପ୍ରାୟ 65-75 ଭାଗ ଥାଏ । ଗ୍ୟାସ୍ ଚାପରେ ଡୋମ୍ ଉପରକୁ ଉଠେ ।
→(ଘ) ନିର୍ଗମନଳୀ :
- ଏହି ଧାତବନଳୀ ବାଟଦେଇ ଗ୍ୟାସ୍ ରୋଷେଇଘର ଚୂଲାକୁ ଯାଏ ।
- ନିୟନ୍ତ୍ରିତ ଚାପରେ ଏହାକୁ ଜଳାଇବାର ବ୍ୟବସ୍ଥା ହୋଇଥାଏ ।
ଗୋବର ଗ୍ୟାସ୍ ଏକ ଅତ୍ୟନ୍ତ ଉତ୍କୃଷ୍ଟ ଧରଣର ଜାଳେଣି ଓ ଶୁଖୁଲା ଗୋବର ଠାରୁ ଜାଳେଣି ହିସାବରେ ପ୍ରାୟ 6 ଗୁଣ ଦକ୍ଷ । ଏଥରେ ଧୂଆଁ ହୁଏନାହିଁ । ଫଳରେ ଘର କଳା ହୁଏ ନହିଁ । ଧୂମବିହୀନ ହୋଇଥିବାରୁ ଚକ୍ଷୁ ବା ପରିବେଶ ପ୍ରଦୂଷଣ ହେବାର ଆଶଙ୍କା ନଥାଏ ବା ଗୋବର ଜମି ରହି ମଶା, ମାଛି ଜନ୍ମନ୍ତ ନାହିଁ । ଗୋବରକୁ ସିଧା ଖତକଲେ ଶତକଡ଼ା ପ୍ରାୟ 50 ଭାଗ ନଷ୍ଟ ହୁଏ । ଗୋବର ଗ୍ୟାସ୍ ବାହାର କଲାପରେ ଖଦାକୁ ଖତଭାବେ ବ୍ୟବହାର କରାଯାଇପାରେ ଓ ଏଥରେ ମାତ୍ର ଶତକଡ଼ା 25 ଭାଗ ନଷ୍ଟହୁଏ । ଗୋବର ଖଦାର ଦୁର୍ଗନ୍ଧ ନଥାଏ ଓ ଏହା ମାଟିରେ ଭଲଭାବେ ମିଶିପାରେ । ଜୈବଗ୍ୟାସରୁ ରୋଷେଇ କରିବା, ବତି ଜଳାଇବା ବ୍ୟତୀତ ଜେନେରେଟର ଚଳାଇ ବିଦ୍ୟୁତ୍ ଉତ୍ପାଦନ କରାଯାଇପାରେ ଓ ବୈଦ୍ୟୁତିକ ଉପକରଣ ମଧ୍ଯ ଚଳାଯାଇପାରେ ।
→ନବୀକରଣ ଅଯୋଗ୍ୟ ଶକ୍ତି ଉତ୍ସ (Non-renewable source of energy) :
1. ଏହି ପ୍ରକାର ଶକ୍ତି ଉତ୍ସର ପରିମାଣ ସୀମିତ ।
2.
3. ଏହି ଶକ୍ତି ଉତ୍ସଗୁଡ଼ିକର ନବୀକରଣ ସମ୍ଭବପର ନୁହେଁ; ଅବିରତ ବ୍ୟବହାର କରିବାଦ୍ଵାରା ସେଗୁଡ଼ିକ ସମୟକ୍ରମେ ଶେଷ ହୋଇଯାଏ ।
4. ଉଦାହରଣ : କୋଇଲା, ପେଟ୍ରୋଲିୟମ୍, ପ୍ରାକୃତିକ ଗ୍ୟାସ୍ ଇତ୍ୟାଦି ।
(1) ଜୀବାଶ୍ମ ଇନ୍ଧନ (Fossil Fuel) :
- ପୁରାତନକାଳରେ କାଠ ହିଁ ଏକମାତ୍ର ତାପଜ ଶକ୍ତିର ଉତ୍ସଭାବେ ବ୍ୟବହୃତ ହେଉଥିଲା । କ୍ରମେ କୋଇଲା, ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍ ଆଦି ବ୍ୟବହାର କରାଗଲା । ଏହି ସବୁକୁ ଜୀବାଶ୍ମ ଇନ୍ଧନ ଶ୍ରେଣୀଭୁକ୍ତ କରାଯାଇଛି
- ମୃତ ଉଭିଦର ଦେହାବଶେଷରୁ କୋଇଲାର ଏବଂ ସାମୁଦ୍ରିକ ଜୀବ ଓ ଉଭିଦର ଦେହାବଶେଷରୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ସୃଷ୍ଟି ହୋଇଥାଏ ।
- ପ୍ରକୃତିରେ କୋଇଲା, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ପରିମାଣ ସୀମିତ । ଥରେ ବ୍ୟବହାର ପରେ ଏହି ଶକ୍ତିର ପୁନର୍ବ୍ଯବହାର ହୋଇପାରେ ନାହିଁ । ତେଣୁ ଏମାନଙ୍କୁ ନବୀକରଣ ଅଯୋଗ୍ୟ ଶକ୍ତି ଉତ୍ସ ବୋଲି କୁହାଯାଏ
(2). କୋଇଲା :
ଶ୍ରେଣୀ ବିଭାଗ କରାଯାଇଛି :
(i) ଆନ୍ତଃସାଇଟ୍ – ଏହା ସବୁଠାରୁ ଉତ୍କୃଷ୍ଟ ଧରଣର କୋଇଲା, ଏଥିରେ କାର୍ବନ୍ର ପରିମାଣ ପ୍ରାୟ 94% ରୁ ୨୫% ।
(ii) ବିଟୁମିନ୍ସ୍ – ଏହି ପ୍ରକାର କୋଇଲାରେ କାର୍ବନ୍ର ପରିମାଣ ପ୍ରାୟ 79% ରୁ 93% ।
(iii) ଲିଗ୍ନାଇଟ୍ – ଏଥରେ କାର୍ବନ୍ ପରିମାଣ ପ୍ରାୟ 72% ରୁ 78% ।
(iv) ପିଟ୍ – ଏହି ଜାତୀୟ କୋଇଲାରେ ପ୍ରାୟ 44% ରୁ 71% କାର୍ବନ୍ ଥାଏ ।
- ବହୁବର୍ଷଧରି କୋଇଲା ଏକ ଶକ୍ତି ଉତ୍ସରୂପେ ବ୍ୟବହୃତ ହେଉଛି ।
- ଭୂତଳ ମଧ୍ୟରେ ପରସ୍ତ ପରସ୍ତ ଭାବେ ଚଟାଣ ଆକାରରେ କୋଇଲା ଗଚ୍ଛିତ ହୋଇ ରହିଥାଏ ।
- କୋଇଲାର ମୁଖ୍ୟ ଉପାଦାନ ହେଉଛି ଅଙ୍ଗାରକ ବା କାର୍ବନ୍ । କାର୍ବନ୍ ବ୍ୟତୀତ ଏଥିରେ ଅନେକ ଯୌଗିକ ପଦାର୍ଥ ରହିଛି ।
- ଅଧିକ କାର୍ବନ ଥିବାକୋଇଲାରୁ ଅଧ୍ଵକ ଶକ୍ତି ମିଳିଥାଏ । କୋଇଲା ଜଳିବାଦ୍ଵାରା କାର୍ବନ୍ ଅକ୍ସିଜେନ ସହିତ ପ୍ରତିକ୍ରିୟା କରି କାର୍ବନ୍ ଡାଇଅକସାଇଡ୍ ସୃଷ୍ଟି କରେ ଓ ଏଥୁସହିତ ପ୍ରଚୁର ପରିମାଣରେ ତାପ ନିର୍ଗତ ହୁଏ ।
- କୋଇଲାରୁ ସୃଷ୍ଟ ଶକ୍ତି ତାପଜ ଶକ୍ତି ଭାବେ ଘରେ ଓ ଶିଳ୍ପକ୍ଷେତ୍ରରେ ବ୍ୟବହୃତ ହୋଇଥାଏ ।
ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରେ ତାପଶକ୍ତି ପାଣିକୁ ବାଷ୍ପରେ ପରିଣତ କରେ; ଜଳୀୟ ବାଷ୍ପରେ ଟର୍ବାଇନ୍ ଘୂରେ ଓ ତାହା ବିଦ୍ୟୁତ ଉତ୍ପାଦକକୁ ଘୂରାଇବାକୁ ବିଦ୍ୟୁତ୍ ଶକ୍ତି ମିଳିଥାଏ ।
- ଏଥୁରୁ ମଧ୍ୟ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇ ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରାଯାଉଛି । ଏହାକୁ ତାପଜ ବିଦ୍ୟୁତ୍ ଶକ୍ତି କୁହାଯାଏ ।
- ଓଡ଼ିଶାର ତାଳଚେରଠାରେ ତାପଜ ବିଦ୍ୟୁତଶକ୍ତି ଉତ୍ପାଦନ କେନ୍ଦ୍ର ଅଛି ।
- କୋଇଲାକୁ ଅନ୍ତର୍ଧୂମ ପାତନ ପ୍ରକ୍ରିୟା ଦ୍ବାରା କୋକ୍ରେ ପରିଣତ କରାଯାଇ ଏହି କୋକ୍କୁ କେତେକ ଧାତୁର ନିଷ୍କାସନ ପାଇଁ ବ୍ୟବହାର କରାଯାଉଛି ।
- ଷ୍ଟିଲ୍ ତିଆରି ପାଇଁ ବିଜାରକ ଭାବରେ ମଧ୍ୟ କୋକ୍କୁ ବ୍ୟବହାର କରାଯାଇଥାଏ । .
(3) ପେଟ୍ରୋଲିୟମ୍ :
- ପେଟ୍ରୋଲିୟମ୍ ହେଉଛି ହାଇଡ୍ରୋଜେନ୍ ଓ କାର୍ବନ୍ରୁ ତିଆରି ଅନେକ ହାଇଡ୍ରୋକାର୍ବନ୍ ଯୌଗିକର ଜଟିଳ ମିଶ୍ରଣ ।
- ଏଥିରେ କିଛି ପରିମାଣରେ ଅମ୍ଳଜାନ, ଯବକ୍ଷାରଜାନ ଓ ସଲ୍ଫରଯୁକ୍ତ କାର୍ବନ୍ର ଯୌଗିକ ଥାଏ ।
- ଭୂଗର୍ଭର ସଚ୍ଛିଦ୍ର ଶିଳାସ୍ତର ମଧ୍ୟରେ ପ୍ରକୃତି ଏହି ମୂଲ୍ୟବାନ ପଦାର୍ଥକୁ ସଞ୍ଚୟ କରି ରଖିଛି । ଏହି ସଞ୍ଚ ପେଟ୍ରୋଲିୟମ୍କୁ ଅଶୋଧ ତୈଳ କୁହାଯାଏ ।
- ଏହି ପଦ୍ଧତିରେ ଏକ ନିର୍ଦ୍ଦିଷ୍ଟ ତାପମାତ୍ରାରେ କେବଳ ଗୋଟିଏ ଉପାଦାନ ସଂଗୃହୀତ ହୋଇଥାଏ ।
(4) ପ୍ରାକୃତିକ ଗ୍ୟାସ୍ :
- ଭୂଅଭ୍ୟନ୍ତରରୁ ପେଟ୍ରୋଲିୟମ୍ ଉତ୍ତୋଳନବେଳେ ପେଟ୍ରୋଲିୟମ୍ ସହ ମିଶି କିଛି ଗ୍ୟାସ୍ ମଧ୍ୟ ଆସିଥାଏ । ଏହି ଗ୍ୟାସ୍କୁ ପ୍ରାକୃତିକ ଗ୍ୟାସ୍ କୁହାଯାଏ ।
- ବେଳେବେଳେ କେତେକ ତୈଳ କୂପରୁ ଖଣିଜ ତୈଳ ପରିବର୍ତ୍ତେ କେବଳ ପ୍ରାକୃତିକ ଗ୍ୟାସ୍ ନିର୍ଗତ ହୋଇଥାଏ ।
- ଏହି ଗ୍ୟାସ୍ର ମୁଖ୍ୟ ଉପାଦାନ ହେଉଛି ମିଥେନ୍ । ଜାଳେଣି ଭାବରେ ଘରେ ଓ କାରଖାନାରେ ଏହାର ବହୁଳ ଜରିଆରେ ବିଭିନ୍ନ ସ୍ଥାନକୁ ପଠାଯାଏ ।
- ଏହି ଗ୍ୟାସ୍କୁ ଉତ୍ତୋଳନ କରାଯାଇ ବଡ଼ ବଡ଼ ବାୟୁରୁଦ୍ଧ ଟାଙ୍କିମାନଙ୍କରେ ରଖାଯାଏ ଓ ଏହି ଟାଙ୍କିରୁ ପାଇପ୍ ଜରିଆରେ ବିଭିନ୍ନ ସ୍ଥାନକୁ ପଠାଯାଏ ।
- ଆମ ଦେଶର ଗୁଜୁରାଟର ବରୋଦାରେ ପ୍ରାକୃତିକ ଗ୍ୟାସ୍ ଘରୋଇ ବ୍ୟବହାର ପାଇଁ ପାଇପ୍ଦ୍ବାରା ଯୋଗାଇ.ଦିଆଯାଉଛି ।
ଆମ ଦେଶର ରାଜସ୍ଥାନ, ମୁମ୍ବାଇ ଉପକୂଳ ଅଞ୍ଚଳ ଏବଂ କୃଷ୍ଣା ଓ ଗୋଦାବରୀ ନଦୀର ତ୍ରିକୋଣଭୂମି ଅଞ୍ଚଳରେ ପ୍ରଚୁର ପରିମାଣରେ ପ୍ରାକୃତିକ ଗ୍ୟାସ୍ ଗଚ୍ଛିତ ଥିବାର ସୂଚନା ମିଳେ ।
- କୋଇଲା ଓ ପେଟ୍ରୋଲିୟମ୍ ଜଳିବାଦ୍ୱାରା ପ୍ରଦୂଷଣ ହୋଇଥାଏ । ତା’ଛଡ଼ା ଏହାଦ୍ଵାରା କାର୍ବନ୍, ଯବକ୍ଷାରଜାନ ଓ ଗନ୍ଧକର ଅକ୍ସାଇଡ୍ ନିର୍ଗତ ହୁଏ, ଯାହାକି ପରବର୍ତୀ ସମୟରେ ଅମ୍ଳବୃଷ୍ଟିର କାରଣ ହୋଇଥାଏ ।
- ଜୀବାଶ୍ମ ଇନ୍ଧନ ଜଳିବାଦ୍ୱାରା ନିର୍ଗତ ଗ୍ୟାସ୍ଗୁଡ଼ିକ ମଧ୍ୟ ବାୟୁମଣ୍ଡଳରେ ସବୁଜ କୋଠରି ପ୍ରଭାବର ପ୍ରମୁଖ କାରଣ ।
- ଦହନ ପ୍ରକ୍ରିୟାରେ ନିୟନ୍ତ୍ରଣ, କାର୍ଯ୍ୟଦକ୍ଷତା ବୃଦ୍ଧି ଏବଂ ଉନ୍ନତ ପଦ୍ଧତିରେ ମାରାତ୍ମକ ଗ୍ୟାସ୍ଗୁଡ଼ିକର ନିର୍ଗମନକୁ ରୋକାଯାଇପାରିଲେ ଏହି ପ୍ରଦୂଷଣକୁ କମାଯାଇପାରିବ ।