BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

Odisha State Board BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ will enable students to study smartly.

BSE Odisha Class 10 Maths Notes Algebra Chapter 1 ସରଳ ସହସମୀକରଣ

ଉପକ୍ରମଣିକା (Introduction) :

→ ଗୋଟିଏ ଅଜ୍ଞାତ ରାଶି x ରେ ଏକ ସରଳ ସମୀକରଣର ସାଧାରଣ ରୂପ ହେଉଛି ax + b = 0, ଯେଉଁଠାରେ a ≠ 0 ।
ଏଠାରେ à ଓ b ବାସ୍ତବ ସଂଖ୍ୟା ଏବଂ a କୁ xର ସହଗ (Coefficient) ଓ bକୁ ଧ୍ରୁବକ ରାଶି କୁହାଯାଏ ।
ଏଠାରେ ସମୀକରଣଟିର ସମାଧାନ (ମୂଳ) = \(\frac{-b}{2}\) ।

→ ଦୁଇଟି ଅଜ୍ଞାତ ରାଶି x ଓ y ରେ ସରଳରେଖୀୟ ସମୀକରଣର ସାଧାରଣ ରୂପ ax + by + c = 0 ……. (1)
ଯେଉଁଠାରେ a ଓ b ଯଥାକ୍ରମେ x ଓ yର ସହଗ ଓ c ଧ୍ରୁବକ ରାଶି ଏବଂ a, b ଓ ୯ ବାସ୍ତବ ସଂଖ୍ୟା ଅଟନ୍ତି । ଏଠାରେ a ≠ 0 ଓ b ≠ 0 ।

→ xy- ସମତଳରେ y = mx + c ର ଲେଖଚିତ୍ର ଏକ ସରଳରେଖା ହେତୁ ଏହାକୁ ସରଳରେଖୀୟ ସମୀକରଣ (Linear Equation) କୁହଯାଏ ।

→ x = α ଓ y = ß ହେଲେ ଏବଂ ଯଦି ସମୀକରଣଟି aα + bß + c = 0 ହୁଏ, ତେବେ x = α ଓ y = ß ସମୀକରଣର ଏକ ସମାଧାନ ହେବ । ସମାଧାନଟି (α, ß) । xy-ସମତଳରେ (α, ß) ଏକ ବିନ୍ଦୁର ସ୍ଥାନାଙ୍କ (Co-ordinate) ହୋଇଥାଏ ।

ସହ-ସମୀକରଣଦ୍ଵୟର ଜ୍ୟାମିତିକ ପରିପ୍ରକାଶ (Geometrical Representation) :
→ ମନେକର ଦଉ ସହ-ସମୀକରଣଦ୍ଵୟ
a1x + b1y + c1 = 0 … (1)
ଓ a2x + b2y + c2 = 0 … (2)

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

→ ପ୍ରତ୍ୟେକ ସମୀକରଣ ପାଇଁ ଦୁଇଗୋଟି ସମାଧାନ ନିର୍ଣ୍ଣୟ କରାଯାଏ ।

→ ମନେକର ସମୀକରଣ (1) ଓ (2)ର ଲେଖଚିତ୍ର xy-ସମତଳରେ ଗୋଟିଏ ଗୋଟିଏ ସରଳରେଖା ଯଥାକ୍ରମେ L1 ଓ L2 ହେଉ ।
L1 : a1x + b1y + c1 = 0 ଏବଂ L2 : a2x + b2y + c2 = 0

→ L1 ଓ L2 ସରଳରେଖାଦ୍ବୟର ଛେଦବିନ୍ଦୁ P ନେଇ ଉକ୍ତ ବିନ୍ଦୁର x-ସ୍ଥାନାଙ୍କ ଓ y-ସ୍ଥାନାଙ୍କ ନିର୍ଣ୍ଣୟ କରାଯାଉ ।
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 1

→ ଚିତ୍ର (i)ରେ L1 ଓ L2, ସରଳରେଖାଦ୍ୱୟ ପରସ୍ପର ଛେଦୀ, ସେମାନଙ୍କର କେବଳ ଗୋଟିଏ ଛେଦବିନ୍ଦୁ P ଓ ଏହି ବିଦୁଟି ଉଭୟ L1 ଓ L2; ଉପରେ ଅବସ୍ଥିତ । ଏହାର ସ୍ଥାନାଙ୍କ (α, ß) ଅର୍ଥାତ୍‌ x = α ଓ y = ß ଦ୍ବାରା ଉଭୟ ସମୀକରଣ (1) ଓ (2) ସିଦ୍ଧ ହୁଅନ୍ତି ।
ସମୀକରଣ (1) ଓ (2)ର କେବଳ ଗୋଟିଏ (ଅନନ୍ୟ) ସମାଧାନ ରହିବ; ଯଦି ଓ କେବଳ ଯଦି ସମୀକରଣ ଦ୍ବୟ ଦ୍ବାରା ସୂଚିତ ସରଳରେଖାଦ୍ବୟ ପରସ୍ପର ଛେଦୀ ହେବେ ।

→ ଚିତ୍ର (ii)ରେ L1 ଓ L2 ସରଳରେଖା ଦ୍ଵୟ ଏକ ଓ ଅଭିନ୍ନ (coincident) ଅର୍ଥାତ୍ ଏକ ଏବଂ ଅଭିନ୍ନ ଅଟନ୍ତି ।
ତେଣୁ ସେମାନଙ୍କର ସାଧାରଣ ବିନ୍ଦୁ ଅସଂଖ୍ୟ । ଅତଏବ ଏ କ୍ଷେତ୍ରରେ ସମୀକରଣ ଦ୍ବୟର ଅସଂଖ୍ୟ ସମାଧାନ ସମ୍ଭବ ।

→ ଚିତ୍ର (iii)ରେ L1 ଓ L2 ସରଳରେଖା ଦ୍ଵୟ ପରସ୍ପର ସହ ସମାନ୍ତର । ଅର୍ଥାତ୍ ସରଳରେଖାଦ୍ଵୟ ପରସ୍ପର ଛେଦୀ ହେବେ ନାହିଁ । ସହ ସମୀକରଣଦ୍ଵୟ ଦ୍ବାରା ସୂଚିତ ସରଳରେଖା ଦୁଇଟି ସମାନ୍ତର ହେଲେ, ସହ-ସମ୍ଭବ। ସମୀକରଣଦ୍ୱୟର ସମାଧାନ ସମ୍ଭବ ନୁହେଁ ।

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

ଲେଖଚିତ୍ର ଦ୍ବାରା ସହ-ସମୀକରଣଦ୍ଵୟର ସମାଧାନ (Solution of Simultaneous equations by use of Graphs) :
ଏକଘାତୀ ସମୀକରଣର ଲେଖଚିତ୍ର ଏକ ସରଳରେଖା । ଦୁଇଗୋଟି ଏକଘାତୀ ସମୀକରଣ a1x + b1y + c1 = 0 ଏବଂ a2x + b2y + c2 = 0 ର ଲେଖଚିତ୍ର ଅଙ୍କନ କରି ସେମାନଙ୍କ ଛେଦବିନ୍ଦୁ (α, ß) ନିର୍ଣ୍ଣୟ କଲେ, ଦତ୍ତ ସହସମୀକରଣ ଦ୍ଵୟର ସମାଧାନ (α, ß) ହେବ ।

ଲେଖଚିତ୍ର ଅଙ୍କନ ପ୍ରଣାଳୀ :

→ ପ୍ରତ୍ୟେକ ସମୀକରଣ ପାଇଁ ଅତି କମ୍‌ରେ ଦୁଇଟି ସମାଧାନ ନିର୍ଣ୍ଣୟ କରାଯାଏ ।
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 2

  • ସମୀକରଣଗୁଡ଼ିକୁ y = mx + c ରୂପରେ ଲେଖାଯାଏ ।
  • ପ୍ରତି xର ଏପରି ପୂର୍ଣ୍ଣସଂଖ୍ୟାମାନ ନେଇ yର ମଧ୍ୟ ଏକ ଅନୁରୂପ ପୂର୍ଣସଂଖ୍ୟା ନିର୍ଣ୍ଣୟ କରାଯାଏ ।
  • ମାନଗୁଡ଼ିକୁ ନେଇ କ୍ରମିତ ଓ ଯୋଡ଼ିମାନ ସ୍ଥିର କରାଯାଏ ।

→ ଲେଖ କାଗଜରେ XOX’ ଓ YOY’ ଅକ୍ଷ – ଅଙ୍କନ କରାଯାଏ ।

→ ପ୍ରତ୍ୟେକ ସମୀକରଣର ସ୍ଥିରୀକୃତ କ୍ରମିତ ଯୋଡ଼ିମାନଙ୍କୁ ନେଇ ଅତି କମ୍‌ରେ ଦୁଇଟି ବିନ୍ଦୁ L1 ଓ L2 ସରଳରେଖା ଅଙ୍କନ କରାଯାଏ ।

→ ଯଦି ସେମାନେ (α, ß) ବିନ୍ଦୁରେ ଛେଦ କରନ୍ତି, ତେବେ ସମୀକରଣଦ୍ଵୟର ସମାଧାନ (α, ß) ହେବ ।

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

ସହ-ସମୀକରଣଦ୍ଵୟର ସମାଧାନ ପାଇଁ ସର୍ଭ (Conditions of solvability of two Linear simultaneous equations) :

→ xy-ସମତଳରେ ଦୁଇଟି ସରଳରେଖା ଦତ୍ତ ଥିଲେ ସେମାନେ ଯଦି ପରସ୍ପରକୁ ଛେଦ କରିବେ, ସେମାନଙ୍କର ଗୋଟିଏ ଛେଦବିନ୍ଦୁ ରହିବ । ସରଳରେଖାଦ୍ବୟର ସମୀକରଣ ଦ୍ଵୟ ହେଲେ,
a1x + b1y + c1 = 0 … (1)
a2x + b2y + c2 = 0 … (2)

→ ସରଳରେଖାଦ୍ବୟ ପରସ୍ପରଛେଦୀ ହେଲେ ସେମାନଙ୍କର ଅନନ୍ୟ ସମାଧାନ ରହିବ । ଏ କ୍ଷେତ୍ରରେ ସହ- ସମୀକରଣଦ୍ବୟ ସଙ୍ଗୀତ ଓ ସ୍ବତନ୍ତ୍ର (consistent and independent), ତେବେ \(\frac{a_1}{a_2} \neq \frac{b_1}{b_2}\) ହେବ ।

→ ଯଦି ସରଳରେଖାଦ୍ଵୟ ଏକ ଓ ଅଭିନ୍ନ ହୁଅନ୍ତି ତେବେ \(\frac{a_1}{a_2}=\frac{b_1}{b_2}=\frac{c_1}{c_2}\) ସମୀକରଣଦ୍ଵୟ ସଙ୍ଗୀତ ଓ ପରସ୍ପର ନିର୍ଭରଶୀଳ (consistent and dependent) ହେବେ । ଏ କ୍ଷେତ୍ରରେ ସହ-ସମୀକରଣ ଦ୍ଵୟର ଅସଂଖ୍ୟ ସମାଧାନ ରହିବ ।

→ ଯଦି ସରଳରେଖାଦ୍ବୟ ପରସ୍ପରକୁ ଛେଦ ନ କରିବେ ଏବଂ ସେମାନେ ପରସ୍ପର ସମାନ୍ତର ହେବେ ଓ \(\frac{a_1}{a_2}=\frac{b_1}{b_2} \neq \frac{c_1}{c_2}\) ସର୍ଭ ପୂରଣ ହେବ ଏବଂ ସହ-ସମୀକରଣଦ୍ଵୟ ଅସଙ୍ଗତ (inconsistent) ହେବେ ଅର୍ଥାତ୍ ସହ-ସମୀକରଣଦ୍ୱୟର କୌଣସି ସମାଧାନ ରହିବ ନାହିଁ ।

ମନେରଖ :
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 3
ଦ୍ରଷ୍ଟବ୍ୟ : ସମୀକରଣ a1x + b1y + = 0 ଓ a2x + b2y = 0 ଦ୍ବୟର ଅନନ୍ୟ ସମାଧାନଟି (0, 0);
ଯଦି \(\frac{a_1}{a_2} \neq \frac{b_1}{b_2}\) ଓ ଅସଂଖ୍ୟ ସମାଧାନ ସମ୍ଭବ; ଯଦି \(\frac{a_1}{a_2}=\frac{b_1}{b_2}\)। ଏ କ୍ଷେତ୍ରରେ ସମୀକରଣଦ୍ଵୟ ସର୍ବଦା ସଙ୍ଗତ ଅଟନ୍ତି ।

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

→ (ସହ-ସମୀକରଣ ଦ୍ବୟର ବୀଜଗାଣିତିକ ସମାଧାନ) :
(Algebraic solution of Simultaneous Equations):
a1x + b1y + c1 = 0 ଓ a2x + b2y + c2 = 0 … (2)
ମନେକର ଦତ୍ତ ସହ-ସମୀକରଣ ଦ୍ବୟ ସଙ୍ଗତ ଓ ସ୍ବତନ୍ତ୍ର ।

(a) ପ୍ରତିକଳ୍ପନ ପ୍ରଣାଳୀ (Method of Substitution) :
(b) ଅପସାରଣ ପ୍ରଣାଳୀ (Method of Elimination)
(c) ବକ୍ରଗୁଣନ ପକ୍ଷିଣ (Method of Cross Multiplication)
ଏହି ଦୁଇ ସହସମୀକରଣ 3ଟି ବୀଜଗାଣିତିକ ପ୍ରଣାଳୀ/ପଦ୍ଧତି ସାହାଯ୍ୟରେ ସମାଧାନ କରାଯାଇ ପାରିବ । ଯଥା-

(a) ପ୍ରତିକଳ୍ପନ ପ୍ରଣାଳୀ (Method of Substitution) :
ପ୍ରତିକଳ୍ପନ ପ୍ରଣାଳୀରେ ସହସମୀକରଣଦ୍ଵୟର ସମାଧାନ କରିବାକୁ ହେଲେ, ପ୍ରଥମେ ଏମାନଙ୍କ ମଧ୍ୟରୁ ଯେକୌଣସି ଗୋଟିଏ ସମୀକରଣରୁ y କିମ୍ବା x ର ମାନ ନେଇ ଦ୍ୱିତୀୟ ସମୀକରଣରେ ପ୍ରୟୋଗ କଲେ x କିମ୍ବା y ର ମାନ ନିର୍ଣ୍ଣୟ ହେବ ।
ଉଦାହରଣ : a1x + b1y + c1 = 0 … (1)
ଓ a2x + b2y + c2 = 0 … (2)
ସମାଧାନ :
(i) ମନେକର ସମୀକରଣ (1)କୁ ବିଚାର କରାଯାଇ yକୁ x ମାଧ୍ୟମରେ ପ୍ରକାଶ କରିବା
ଯଦି b1≠ 0, a1x + b1y + c = 0 ⇒ b1y = -c2 – a1x
⇒ y = \(\frac{1}{b_1}(-c_1-a_1 x)\) ……. (3)

(ii) yର ମାନ \(\frac{1}{b_1}(-c_1-a_1 x)\) କୁ ସମୀକରଣ (2) ରେ ବ୍ୟବହାର କଲେ,
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 4

→ ଅପସାରଣ ପ୍ରଣାଳୀ (Method of Elimination) :
ଏହି ପ୍ରଣାଳୀରେ ସହସମୀକରଣଦ୍ୱୟର x କିମ୍ବା yର ସହଗମାନଙ୍କୁ ଅପସାରଣ କରାଯାଏ ।
a1x + b1y + c1 = 0 ଓ a2x + b2y + c2 = 0
(i) ମନେକର ଆମେ xକୁ ଅପସାରଣ କରିବା । ସମୀକରଣ (1)ରେ xର ସହଗ a1 କୁ ସମୀକରଣ (2)ର ଉଭୟ ପାର୍ଶ୍ଵରେ ଗୁଣନ କଲେ ଏବଂ ସମୀକରଣ (2)ରେ xର ସହଗ a1କୁ ସମୀକରଣ (1)ର ଉଭୟ ପାର୍ଶ୍ଵରେ ଗୁଣନ କରି ବିୟୋଗ କଲେ,
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 5
(ii) y ର ମାନକୁ ସମୀକରଣ (1) [କିମ୍ବା ସମୀକରଣ (2)]ରେ ବ୍ୟବହାର କଲେ,
x = \(\frac{b_1 c_2-b_2 c_1}{a_1 b_2-a_2 b_1}\) ଲବ୍‌ଧ ହେବ ।
x = \(\frac{b_1 c_2-b_2 c_1}{a_1 b_2-a_2 b_1}, \quad y=\frac{c_1 a_2-c_2 a_1}{a_1 b_2-a_2 b_1}\) ହେବ ।

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

(c) ବକ୍ରଗୁଣନ ପକ୍ଷିଣ (Cross Multiplication) :
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 6
ଏଠାରେ ସ୍ମରଣ ରହିବା ଉଚିତ ଯେ a1b2 – a2b1 ≠ 0, ଅର୍ଥାତ୍ \(\frac{a_1}{a_2} \neq \frac{b_1}{b_2} \)
ସମୀକରଣ (4)ରେ ପ୍ରଦତ୍ତ ଉକ୍ତିକୁ ବଜ୍ରଗୁଣନ କୁହାଯାଏ । ଏହାକୁ ସହଜରେ ମନେରଖ୍ ପାଇଁ ନିମ୍ନଲିଖୂ ପଦ୍ଧତି ଅବଲମ୍ବନ କରାଯାଇଥାଏ ।
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 7

c1 = c2 = 0 ଓ a1b2 – a2b1 ≠ 0 ହେଲେ, aa1x + b1y = 0, a2x + b2y = 0 ସମୀକରଣଦ୍ଵୟର ସମାଧାନଟି (0, 0) ଅଟେ । ଏଠାରେ ସମୀକରଣଦ୍ଵୟକୁ ସମ ସହ-ସମୀକରଣ (Homogeneous Simultaneous equation) କୁହାଯାଏ I a1b2 – a2b1 = 0 ହେଲେ, ସରଳରେଖାଦ୍ଵୟ ଏକ ଓ ଅଭିନ୍ନ ହେବେ ଓ ଦତ୍ତ ସହ-
ଦୁଇଗୋଟି ସହ-ସମୀକରଣ ସମାଧାନ କରିବାକୁ ଦିଆଯାଇଥିଲେ ପ୍ରଥମେ a1b2 – a2b1 ≠ 0 ସର୍ଭଟି ସତ୍ୟ ବୋଲି ପରୀକ୍ଷା କରିବା ଆବଶ୍ୟକ ।

→ ଅଣ ସରଳରେଖ୍ୟ ସହସମୀକରଣ (Non-Collinear Equation) :
ଅନେକ ସହ-ସମୀକରଣ ଯାହାକି ଏକଘାତୀ ନୁହେଁ, ସେମାନଙ୍କୁ ଆବଶ୍ୟକୀୟ ପରିବର୍ତ୍ତନ କରି ଏକଘାତୀ ରୂପକୁ ଅଣାଯାଇ ପାରିବ ଓ ଉପରେ ଆଲୋଚିତ ବୀଜଗାଣିତିକ ପ୍ରଣାଳୀର ଅବଲମ୍ବନରେ ସମାଧାନ କରିହେବ ।

→ କ୍ରାମରଙ୍କ ନିୟମ (Cramer’s Rule) :
ଦତ୍ତ ଚିତ୍ରଟିକୁ ବିଚାର କର : A = \(\left(\begin{array}{ll}
5 & 7 \\
2 & 1
\end{array}\right)\)

ଏହି ଚିତ୍ରରେ ଲେଖାଯାଇଥ‌ିବା ସଂଖ୍ୟାଗୁଡ଼ିକୁ ଦୁଇଗୋଟି ଧାଡ଼ି (row) ଓ ଦୁଇଗୋଟି ସ୍ତମ୍ଭ (column) ରେ ଲେଖାଯାଇଛି । ସମସ୍ତ ଧାଡ଼ି ଓ ସ୍ତମ୍ଭଗୁଡ଼ିକୁ ଦୁଇଟି ବନ୍ଧନୀ ମଧ୍ଯରେ ରଖାଯାଇଛି । ଏହାକୁ A ରୂପେ ନାମିତ କରାଯାଇଛି । ଏଠାରେ Aକୁ ଏକ 2 × 2 ମାଟ୍ରିକ୍‌ (Matrix) କୁହାଯାଏ । ଆମେ ମଧ୍ୟ 3 × 3, 4 × 4 ମାଟ୍ରିକ୍‌ ଲେଖୁରିବା । ଉଚ୍ଚତର ଗଣିତରେ ମାଟ୍ରିକ୍‌ସର ବ୍ୟବହାର ବହୁଳ ଭାବେ କରାଯାଏ । ଯେହେତୁ ଏଠାରେ ଧାଡ଼ି ସଂଖ୍ୟା ସହ ସ୍ତମ୍ଭ ସଂଖ୍ୟା ସମାନ, ତେଣୁ ଏହି ମାଟ୍ରିକ୍‌ଗୁଡ଼ିକୁ ବର୍ଗ ମାଟ୍ରିକ୍‌ (Square matrix) କୁହାଯାଏ । କେବଳ 2 × 2 ମାଟ୍ରିକ୍‌ସକୁ ଏଠାରେ ବିଚାର କରାଯାଉଛି । ପ୍ରତି ବର୍ଗ ମାଟ୍ରିକ୍‌ସ ସହ ଗୋଟିଏ ନିର୍ଦ୍ଦିଷ୍ଟ ସଂଖ୍ୟା ସଂପୃକ୍ତ ଓ ଏହାକୁ ବର୍ଗ ମାଟ୍ରିକ୍‌ସର ଡିଟରମିନାଣ୍ଟ (determinant) କୁହାଯାଏ । ଯଦି ମାଟ୍ରିକ୍‌ A = \(\left(\begin{array}{ll}
a & b \\
c & d
\end{array}\right)\) ହୁଏ,

ଉଦାହରଣ \(\frac{1}{x}+\frac{2}{y}\) = 5 (x ≠ 0, y ≠ 0) ଏକ ଅଣସରଳରେଖୀୟ ସମୀକରଣ ।

ଅର୍ଥାତ୍ a + 2b = 5 (ଯେଉଁଠାରେ \(\frac{1}{x}\) = a ଏବଂ \(\frac{1}{y}\) = b)
ତେବେ ଏହାର ଡିଟରମିନାଣ୍ଟ୍ | |A| = \(\left|\begin{array}{ll}
a & b \\
c & d
\end{array}\right|=a d-b c\) ।

ଉଦାହରଣ :
A = \(\left(\begin{array}{ll}
5 & 7 \\
2 & 1
\end{array}\right)\) ହେଲେ |A| = 5 × 1 – 7 × 2 = 5 – 14 = -9 ଅଟେ ।
ସେହିପରି,
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 8
∴ ଡିଟରମିନାଣ୍ଟ ମାଧ୍ୟମରେ ନିର୍ଦେୟ ସମାଧାନ :

x = \(\frac{Δ_x}{Δ}\), y = \(\frac{Δ_y}{Δ}\) ଯେଉଁଠାରେ Δ ≠ 0 କାରଣ ସମୀକରଣଦ୍ଵୟ ସଙ୍ଗତ ହେବା ଆବଶ୍ୟକ ।
ବଜ୍ରଗୁଣନ ପଦ୍ଧତିରେ ଲବ୍‌ଧ ସମାଧାନକୁ ଡିଟରମିନାଣ୍ଟ ମାଧ୍ୟମରେ ଲେଖିଲେ,
BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ - 9
ଏହାକୁ ସୁପରିଚିତ Cramer’s ନିୟମ କୁହାଯାଏ । ବଜ୍ରଗୁଣନ ସୂତ୍ର ହିଁ Cramer’s Rule ର ଅନ୍ୟରୂପ ।

BSE Odisha 10th Class Maths Notes Algebra Chapter 1 ସରଳ ସହସମୀକରଣ

→ ପାଟିଗଣିତ ପ୍ରଶ୍ନର ସମାଧାନରେ ପ୍ରୟୋଗ :
ଏକ ଅଜ୍ଞାତ ରାଶି ବିଶିଷ୍ଟ ଏକଘାତୀ ସମୀକରଣ ପ୍ରୟୋଗ କରି ଅନେକ ପାଟିଗଣିତ ପ୍ରଶ୍ନମାନଙ୍କ ସମାଧାନ ସହଜରେ କରାଯାଏ । ସେହିପରି ଦୁଇ ଅଜ୍ଞାତ ରାଶିବିଶିଷ୍ଟ ଏକଘାତୀ ସହ ସମାଧାନରେ ପ୍ରୟୋଗରେ ଜଟିଲ ପାଟିଗଣିତ ପ୍ରଶ୍ନମାନଙ୍କ ସହଜ ସମାଧାନ ହୋଇପାରିବ ।

Leave a Comment