Odisha State Board BSE Odisha 10th Class Maths Notes Algebra Chapter 5 ପରିସଂଖ୍ୟାନ will enable students to study smartly.
BSE Odisha Class 10 Maths Notes Algebra Chapter 5 ପରିସଂଖ୍ୟାନ
→ କେନ୍ଦ୍ରୀୟ ପ୍ରବଣତା (Central Tendency) :
ଏକାତ୍ମକ ସଂଖ୍ୟା ସମ୍ବନ୍ଧିତ ତଥ୍ୟକୁ ଗୋଟିଏ ସଂଖ୍ୟାରେ ପ୍ରକାଶ କରିବା ଲାଗି ତଥ୍ୟ ଅନ୍ତର୍ଭୁକ୍ତ ସମସ୍ତ ସଂଖ୍ୟାର ସମସ୍ତ ସଂଖ୍ୟାର ପ୍ରତିନିଧ୍ୟ କଲାଭଳି ଗୋଟିଏ ସଂଖ୍ୟା ନିର୍ଣ୍ଣୟ କରାଯାଏ ଓ ଏହି ପ୍ରତିନିଧୂ ସଂଖ୍ୟାକୁ ତଥ୍ୟାବଳୀର କେନ୍ଦ୍ରୀୟ ପ୍ରବଣତା (Central Tendency) କୁହାଯାଏ।
→ କେନ୍ଦ୍ରୀୟ ପ୍ରବଣତାକୁ ସୂଚାଇବା ପାଇଁ ତିନି ପ୍ରକାର ମାପ ଅଛି –
- ମାଧ୍ୟମାନ (Mean)
- ମଧ୍ୟମା (Median) ଏବଂ
- ଗରିଷ୍ଠକ (Mode) ।
1. ମାଧ୍ୟମାନ – ଗୋଟିଏ ସାଂଖ୍ୟକ ତଥ୍ୟାବଳୀ ଅନ୍ତର୍ଗତ ସମସ୍ତ ଲବ୍ଧାଙ୍କର ହାରାହାରି ମାପକୁ ତଥ୍ୟାବଳୀର ମାଧ୍ୟମାନ (Mean) କୁହାଯାଏ ।
2. ମଧ୍ୟମା – ବଡ଼ରୁ ସାନ ବା ସାନରୁ ବଡ଼ କ୍ରମରେ ସଜା ଯାଇଥିବା ସମସ୍ତ ଲବ୍ଧାଙ୍କର ମଧ୍ୟମ ଲବ୍ଧାଙ୍କକୁ ମଧ୍ୟମା (Median) କୁହାଯାଏ ।
3. ଗରିଷ୍ଠକ – କୌଣସି ସାଂଖ୍ୟକ ତଥ୍ୟାବଳୀରେ ଥିବା ସର୍ବାଧିକ ବାରମ୍ବାରତା ବିଶିଷ୍ଟ ଲବ୍ଧାଙ୍କକୁ ଉକ୍ତ ତଥ୍ୟାବଳୀର ଗରିଷ୍ଠକ (Mode) କୁହାଯାଏ ।
→ ମାଧ୍ୟମାନ (Mean) : ଗୋଟିଏ ସାଂଖ୍ୟକ ତଥ୍ୟାବଳୀ ଅନ୍ତର୍ଗତ ସମସ୍ତ ଲବ୍ଧାଙ୍କର ହାରାହାରି ମାପକୁ ତଥ୍ୟାବଳୀର ମାଧ୍ୟମାନ (Mean) କୁହାଯାଏ ।
(i) ସାଂଖ୍ୟକ ତଥ୍ୟାବଳୀର ମାଧ୍ଯମାନ ନିର୍ଣ୍ଣୟ (Mean of the Individual Series) :
→ ବାରମ୍ବାରତା ବିହୀନ ଲବ୍ଧାଙ୍କଗୁଡ଼ିକର ମାଧ୍ଯମାନ ନିର୍ଣ୍ଣୟ : କୌଣସି ତଥ୍ୟାବଳୀର ଲବ୍ଧାଙ୍କଗୁଡ଼ିକ x1, x2, x3, …… xn ହେଲେ ଉକ୍ତ ତଥ୍ୟାବଳୀର ମାଧ୍ଯମାନ M ନିମ୍ନ ସୂତ୍ରଦ୍ୱାରା ନିରୂପଣ କରାଯାଏ ।
ଯେଉଁଠାରେ M = ମାଧ୍ୟମାନ, Σ (ସିଗ୍ମା) = ସମଷ୍ଟିର ସଂକେତ, x ତଥ୍ୟାବଳୀ ଅନ୍ତର୍ଗତ ପ୍ରତ୍ୟେକ
ଲବ୍ଧାଙ୍କ, \(\sum_{k=1}^{k=n} x_k\) = x1 ଠାରୁ xn ପର୍ଯ୍ୟନ୍ତ ଲବ୍ଧାଙ୍କମାନଙ୍କର ସମଷ୍ଟି
ଯେଉଁଠାରେ n = ତଥ୍ୟାବଳୀ ଅନ୍ତର୍ଗତ ଲବ୍ଧାଙ୍କମାନଙ୍କର ସଂଖ୍ୟା ।
ଅର୍ଥାତ୍ M = \(\frac{Σx}{n}\)
→ ବାରମ୍ବାରତା ବିତରଣରେ ପ୍ରକାଶିତ ତଥ୍ୟାବଳୀର ମାଧମାନ ନିର୍ଣ୍ଣୟ (Mean of a frequency distribution) : ଏକ ସାଂଖ୍ୟକ ତଥ୍ୟାବଳୀର ଅନ୍ତଗର୍ତ ଲବ୍ଧାଙ୍କ (x)ର ମାନ x1, x2, x3, …… xn ଏବଂ ଏହି ଲବ୍ଧାଙ୍କମାନଙ୍କର ବାରମ୍ବାରତା (f) ଯଥାକ୍ରମେ f1, f2, f3, …… fn ହେଲେ
(ii) ଭାଗ ବିଭକ୍ତ ଏବଂ ବାରମ୍ବାରତା ବିତରଣ ସାରଣୀରେ ପ୍ରକାଶିତ ତଥ୍ୟାବଳୀର ମାଧ୍ଯମାନ ନିର୍ଣ୍ଣୟ(Mean of a Grouped Frequency distribution) :
ପ୍ରତ୍ୟେକ ସଂଭାଗର ମଧ୍ୟବିନ୍ଦୁ (y) = \(\frac{l_1+l_2}{2}\) (l1 ଓ l2 ଯଥାକ୍ରମେ ସଂଭାଗର ନିମ୍ନ ଓ ଊର୍ଦ୍ଧ୍ୱସୀମା) ନିର୍ଣ୍ଣୟ କରାଯାଏ । ତତ୍ପରେ fy ଓ Σfy ସ୍ଥିର କରାଯାଏ । ପରବର୍ତୀ ସମୟରେ Σfy କୁ Σf ଦ୍ଵାରା ଭାଗ କରି ମାଧ୍ୟମାନ M ନିର୍ଣ୍ଣୟ କରାଯାଏ ।
∴ ମାଧ୍ୟମାନ (M) = \(\frac{Σfy}{Σf}\)
ଯଦି ଭାଗବିଭକ୍ତ ବାରମ୍ବାରତା ବିତରଣ ସାରଣୀର ମାଧମାନ ନିର୍ଣ୍ଣୟ କରାଯାଏ,
ତେବେ ମାଧ୍ଯମାନ M = A + \(\frac{Σfy’}{Σf}\) ହେବ ।
ଏଠାରେ A = ଆରମ୍ଭ ବିନ୍ଦୁ, Σfy’ = ବିଚ୍ୟୁତିମାନଙ୍କର ସମଷ୍ଟି ଏବଂ Σf = ବାରମ୍ବାରତାର ସମଷ୍ଟି
(iii) ସଂକ୍ଷିପ୍ତ ପ୍ରଣାଳୀ (Short-cut Method) ବା ବିଚ୍ୟୁତି ପ୍ରଣାଳୀ (Deviation Method) : ପୂର୍ବ ପ୍ରଣାଳୀରେ କେତେଗୁଡ଼ିଏ ବଡ଼ ବଡ଼ ସଂଖ୍ୟାର ଗୁଣନ ତଥା ଯୋଗର ଆବଶ୍ୟକ ହୋଇଥାଏ । ଏହି ଅସୁବିଧା ଦୂର କରିବାପାଇଁ ଅନ୍ୟ ଏକ ପ୍ରଣାଳୀ ଅବଲମ୍ବନ କରାଯାଏ ଓ ଏହି ପ୍ରଣାଳୀ ସଂକ୍ଷିପ୍ତ ପ୍ରଣାଳୀ ବା ବିଚ୍ୟୁତି ପ୍ରଣାଳୀ ନାମରେ ଅଭିହିତ ।
ଉଦାହରଣ :
93, 98, 112, 103, 97, 109ର ମାଧ୍ୟମାନ = \(\frac{1}{6}\) (93 + 98 + 112 + 103 + 97 + 109)
= \(\frac{1}{6}\) {(100 – 7) + (100 – 2) + (100 + 12) + (100 + 3) + (100 – 3) + (100 + 9)}
= \(\frac{1}{6}\) [6 × 100+ {(-7) + (-2) + 12 + (3) + (- 3) + 9}]
= \(\frac{1}{6}\) × 6 × 100 + \(\frac{1}{6}\) × 12 = 100 + = \(\frac{1}{6}\) × 12 = 100 + 2 = 102
ଏଠାରେ 100 କୁ ଆରମ୍ଭ ବିନ୍ଦୁ (Working Zero) ବୋଲି କୁହାଯାଏ ।
ଲବ୍ଧାଙ୍କରୁ ଆରମ୍ଭ ବିନ୍ଦୁକୁ ବିୟୋଗ କରି ଲବ୍ଧାଙ୍କର ବିଚ୍ୟୁତି (Deviation) ନିର୍ଣ୍ଣୟ କରାଯାଏ ।
ଲବ୍ଧାଙ୍କମାନଙ୍କର ବିଚ୍ୟୁତି (x’) ଯଥାକ୍ରମେ -7, -2, 12, 3, -3, 9 ।
Σx’ = (-7) + (-2) + 12 + 3 + (-3) + 9 = 12
ମାଧ୍ୟମାନ (M) = A + \(\frac{1}{n}\) Σx’= 100 + \(\frac{1}{6}\) × 12 = 100 + 2 = 102
ଦ୍ରଷ୍ଟବ୍ୟ : 100 ପରିବର୍ତ୍ତେ ଯେକୌଣସି ଆରମ୍ଭ ବିନ୍ଦୁ ନେଇ ମାଧମାନ ନିର୍ଣ୍ଣୟ କଲେ ଉତ୍ତରରେ କୌଣସି ପରିବର୍ତ୍ତନ ହେବନାହିଁ ।
ସଂକ୍ଷିପ୍ତ ପ୍ରଣଳୀ : ଆରମ୍ଭ ବିନ୍ଦୁ ଓ ବିଚ୍ୟୁତି ସାହାଯ୍ୟରେ ମାଧମାନ ନିର୍ଣ୍ଣୟ ପ୍ରଣାଳୀକୁ ସଂକ୍ଷିପ୍ତ ପ୍ରଣାଳୀ କୁହାଯାଏ ।
(iv) ସୋପାନ-ବିଚ୍ୟୁତି ପ୍ରଣାଳୀ (Step-deviation method) :
ଏହି ପ୍ରଣାଳୀ ଏକ ଅତି ସରଳୀକୃତ ଏବଂ ଅତି ସଂକ୍ଷିପ୍ତ ହିସାବ ସଂପୃକ୍ତ ପ୍ରଣାଳୀ । ପୂର୍ବବର୍ଣ୍ଣିତ ସଂକ୍ଷିପ୍ତ ପ୍ରଣାଳୀ * ଭଳି ଏହି ପ୍ରଣାଳୀରେ ମଧ୍ୟ ଆରମ୍ଭ ବିନ୍ଦୁ ଏବଂ ସଂପୃକ୍ତ ବିଚ୍ୟୁତି ମାନଙ୍କର ଆବଶ୍ୟକତା ପଡ଼ିଥାଏ । ସଂପୃକ୍ତ ବିଚ୍ୟୁତିମାନଙ୍କର ଥିବା ସାଧାରଣ ଗୁଣନୀୟକ ଦ୍ବାରା ବିଚ୍ୟୁତିକୁ ଭାଗକରି ଏହି ସୂତ୍ର ପ୍ରୟୋଗ କରାଯାଏ ।
ମାଧ୍ୟମାନ M = A + \(\frac{Σfy’}{Σf}\) × c
ଆରମ୍ଭ ବିନ୍ଦୁ = A, y’ =
Σfy’ = ବାରମ୍ବାରତା f ଓ y’ର ଗୁଣଫଳର ସମଷ୍ଟି
f = ବାରମ୍ବାରତା,
Σf = ବାରମ୍ବାରତାମାନଙ୍କର ସମଷ୍ଟି ।
→ ମାଧ୍ଯମାନ ସମ୍ବନ୍ଧୀୟ କେତେକ ଉପାଦେୟ ତଥ୍ୟ (Some useful Results on Mean) :
x1, x2, x3, …… xn ଲବ୍ଧାଙ୍କଗୁଡ଼ିକର ମାଧ୍ଯମନ M ହେଲେ,
- x1 + a, x2 + a, x3 + a ……. xn + a ଲବ୍ଧାଙ୍କଗୁଡ଼ିକର ମାଧମାନ M + a ହେବ ।
- x1 – a, x2 – a, x3 – a ……… xn – a ଲବ୍ଧାଙ୍କଗୁଡ଼ିକର ମାଧ୍ଯମାନ M – a ହେବ ।
- ax1, ax2, ax3 ………… axn ଲବ୍ଧାଙ୍କଗୁଡ଼ିକର ମାଧ୍ଯମାନ Ma ହେବ ଯେତେବେଳେ a ≠ 0 ।
- \(\frac{x_1}{a}, \frac{x_2}{a}, \frac{x_3}{a}, ………. \frac{x_n}{a}\) ଲବ୍ଧାଙ୍କଗୁଡ଼ିକର ମାଧ୍ଯମାନ \(\frac{M}{a}\) ହେବ ଯେତେବେଳେ a ≠ 0 ।
→ ମଧ୍ୟମା (Median) :
(a) ସାଂଖ୍ୟକ ତଥ୍ୟାବଳୀର ମଧ୍ୟମା ନିଶ୍ଚୟ :
(i) ଲବ୍ଧାଙ୍କ ସଂଖ୍ୟା n ଅଯୁଗ୍ମ ହେଲେ ତଥ୍ୟାବଳୀର ଗୋଟିଏ ମଧ୍ଯମ ସ୍ଥାନ ଥାଏ ଓ ତାହା ହେଉଛି \(\frac{n+1}{2}\) ତମ ସ୍ଥାନ । ଏଣୁ ଏ କ୍ଷେତ୍ରରେ \(\frac{n+1}{2}\) ତମ ସ୍ଥାନୀୟ ଲବ୍ଧାଙ୍କ ହିଁ ଦତ୍ତ ତଥ୍ୟାବଳୀର ମଧ୍ୟମ ଲବ୍ଧାଙ୍କ ।
(ii) ଲବ୍ଧାଙ୍କ ସଂଖ୍ୟା n ଯୁଗ୍ମ ହେଲେ ତଥ୍ୟାବଳୀର ଦୁଇଟି ମଧ୍ଯମ ସ୍ଥାନ ଥାଏ ଓ ସେ ଦୁଇଟି ହେଲା \(\frac{n}{2}\) ତମ ଓ (\(\frac{n}{2}\)+1) ତମ ସ୍ଥାନ । ଏ କ୍ଷେତ୍ରରେ ଦୁଇଟି ମଧ୍ୟମ ସ୍ଥାନ ଥିବାରୁ ସେହି ଦୁଇ ସ୍ଥାନୀୟ ଲବ୍ଧାଙ୍କ ଦ୍ବୟର ହାରାହାରି ନେଇ ଦତ୍ତ ତଥ୍ୟାବଳୀର ମଧ୍ୟମା ନିର୍ଣ୍ଣୟ କରାଯାଏ ।
ଅର୍ଥାତ୍ ଊର୍ଦ୍ଧ୍ବ ବା ଅଧଃ କ୍ରମରେ ସଜ୍ଜିତ ଦତ୍ତ ତଥ୍ୟାବଳୀର ଲବ୍ଧାଙ୍କ ସଂଖ୍ୟା n ହେଉ ।
n ଅଯୁଗ୍ମ ହେଲେ, ମଧ୍ୟମା (Md) = \(\frac{n+1}{2}\) ତମ ଲବ୍ଧାଙ୍କ
n ଯୁଗ୍ମ ହେଲେ ମଧ୍ୟମା (Md) = \(\frac{1}{2}\) {\(\frac{n}{2}\) ତମ ଲବ୍ଧାଙ୍କ + (\(\frac{n}{2}\) + 1) ତମ ଲବ୍ଧାଙ୍କ }
(b) ବାରମ୍ବାରତା ବିତରଣରେ (ଭାଗ ବିଭକ୍ତ ହୋଇ ନଥବା) ପ୍ରକାଶିତ ତଥ୍ୟାବଳୀର ମଧ୍ୟମା ନିଶ୍ଚୟ :
ଯେଉଁ ଲବ୍ଧାଙ୍କର ରାଶିକୃତ ବାରମ୍ବାରତା ମଧ୍ଯମ ସ୍ଥାନ (M) ଅପେକ୍ଷା ଠିକ୍ ବୃହତ୍ତମ ସେହି ଲବ୍ଧାଙ୍କ ହିଁ ତଥ୍ୟାବଳୀର ମଧ୍ୟମା କୁହାଯାଏ ।
(c) ଭାଗ ବିଭକ୍ତ ଏବଂ ବାରମ୍ବାରତା ବିତରଣ ପ୍ରକାଶିତ ତଥ୍ୟାବଳୀର ମଧ୍ୟମା ନିଶ୍ଚୟ :
- ବାରମ୍ବାରତା ବିତରଣ ସାରଣୀ ଅନ୍ତର୍ଭୁକ୍ତ ତଥ୍ୟାବଳୀ ସର୍ବଦା ଅଧଃ ବା ଊର୍ଦ୍ଧ୍ଵ କ୍ରମରେ ସଜ୍ଜିତ ହୋଇ ରହିଥାଏ । ତେଣୁ ଏ କ୍ଷେତ୍ରରେ ଦତ୍ତ ତଥ୍ୟାବଳୀର ମଧ୍ୟମ ଲବ୍ଧାଙ୍କ ନିର୍ଣୟ କଲେ ହିଁ ମଧ୍ୟମା ମିଳିଥାଏ ।
- n ଯୁଗ୍ମ ହେଉ ବା ଅଯୁଗ୍ମ ହେଉ \(\frac{n}{2}\) ତମ ସ୍ଥାନକୁ ତଥ୍ୟାବଳୀର ମଧ୍ୟମ ସ୍ଥାନ ନିଆଯାଇପାରେ ( ଅବଶ୍ୟ ଯେଉଁଠି ‘n’ ର ମାନ ଅପେକ୍ଷାକୃତ ବୃହତ୍) ।
- ଭାଗବିଭକ୍ତ ତଥ୍ୟାବଳୀର ମଧ୍ୟମ ସ୍ଥାନଟି ଯେଉଁ ସଂଭାଗ ଅନ୍ତର୍ଗତ ହୋଇଥାଏ, ସେହି ସଂଭାଗକୁ ମଧ୍ୟମା ସଂଭାଗ କୁହାଯାଏ ।
- ମଧ୍ୟମା ନିର୍ଣ୍ଣୟ ଲାଗି ପ୍ରଥମେ ଭାଗ ବିଭକ୍ତ ତଥ୍ୟାବଳୀର ମଧ୍ୟମା-ସଂଭାଗ ନିର୍ଣ୍ଣୟ କରାଯାଏ ।
- ପ୍ରତ୍ୟେକ ସଂଭାଗର ରାଶିକୃତ ବାରମ୍ବାରତା (cf) ନିର୍ଣ୍ଣୟ କରି ସାରିବା ପରେ ଯେଉଁ ସଂଭାଗର ରାଶିକୃତ ବାରମ୍ବାରତା ତଥ୍ୟାବଳୀର ମଧ୍ୟମ ସ୍ଥାନ (M) ଅପେକ୍ଷା ଠିକ୍ ବୃହତ୍ତର ହେବ ସେହି ସଂଭାଗ ହିଁ ମଧ୍ୟମା – ସଂଭାଗ ହେବ ।
ମଧ୍ୟମା ନିର୍ଣ୍ଣୟର ସୂତ୍ର : ମଧ୍ୟମା (M) = 1 + \(\frac{m-c}{f}\) × i
M = ମଧ୍ୟମା ସ୍ଥାନ,
l = ମଧ୍ୟମା ସଂଭାଗର ନିମ୍ନସୀମା
f = ମଧ୍ୟମା ସଂଭାଗର ବାରମ୍ବାରତା,
c = ମଧ୍ୟମା ସଂଭାଗର ଠିକ୍ ପୂର୍ବବର୍ତ୍ତା ସଂଭାଗର ରାଶିକୃତ ବାରମ୍ବାରତା
ଏବଂ i = ସଂଭାଗ ବିସ୍ତାର ।
ଅନ୍ତର୍ଭୁକ୍ତ (Inclusive) ସଂଭାଗୀକରଣରେ ପ୍ରକାଶିତ ସଂଭାଗଗୁଡ଼ିକୁ ବହିର୍ଭୁକ୍ତ ( Exclusive) କରିବାକୁ ହେଲେ ପ୍ରଥମ ସଂଭାଗର ଉଚ୍ଚ ସୀମା ଏବଂ ଦ୍ଵିତୀୟ ସଂଭାଗର ନିମ୍ନସୀମା ମଧ୍ୟରେ ଅନ୍ତର ସ୍ଥିର କରି ତା’ର ଅର୍ଦ୍ଧେକକୁ ପ୍ରତ୍ୟେକ ସଂଭାଗ ନିମ୍ନ ସୀମାରୁ ବିୟୋଗ କରାଯାଏ ସଂଭାଗୀକରଣକୁ ବହିର୍ଭୁକ୍ତ ସଂଭାଗୀକରଣ ବିଶିଷ୍ଟ କରାଯାଇଥାଏ ।
(d) ରାଶିକୃତ ବାରମ୍ବାରତା ସୂଚକ ଲେଖ (Ogive) ସାହାଯ୍ୟରେ ମଧ୍ୟମା ନିର୍ଣ୍ଣୟ :
ବାରମ୍ବାରତା ବିତରଣ ସାରଣୀ ଅନ୍ତର୍ଭୁକ୍ତ ତଥ୍ୟାବଳୀର ରାଶିକୃତ ବାରମ୍ବାରତା ସୂଚକ ଲେଖ (Ogive) ସାହାଯ୍ୟରେ ମଧ୍ୟ ଉକ୍ତ ସାରଣୀରେ ପ୍ରଦତ୍ତ ତଥ୍ୟାବଳୀର ମଧ୍ୟମା ନିର୍ଣ୍ଣୟ କରାଯାଇପାରେ । ନିମ୍ନ ସୋପାନଗୁଡ଼ିକୁ ଅନୁଧ୍ୟାନ କରି ଲେଖଚିତ୍ର ଅଙ୍କନ କର ।
- ରାଶିକୃତ ବାରମ୍ବାରତା ପ୍ରଥମେ ସ୍ଥିର କରାଯିବ ।
- x-ଅକ୍ଷ ଓ y-ଅକ୍ଷରେ ଯଥାକ୍ରମେ ଲବ୍ଧାଙ୍କ ଏବଂ ରାଶିକୃତ ବାରମ୍ବାରତା ନିଆଯାଏ ।
- ନେଇ ଗ୍ରାଫ୍ ଅଙ୍କନ କରାଗଲେ ଉଦ୍ଦିଷ୍ଟ ଲେଖ (Ogive) ମିଳିବ ।
- Ogive ଅଙ୍କନ କରି ତଥ୍ୟାବଳୀର ମଧ୍ୟମସ୍ଥାନ ନିର୍ଣ୍ଣୟ କରାଯାଏ । ମଧ୍ଯମ ସ୍ଥାନ ନୈଇ ବୃକ୍ଷ ଉପରେ) ଏକ ବିନ୍ଦୁ (P) ଗ୍ରାଫ୍ ଉପରେ ନିଆଯାଉ, ଯାହାର ରାଶିକୃତ ବାରମ୍ବାରତା ବା ମଧ୍ଯମ ସ୍ଥାନ \(\frac{n}{2}\) ବା \(\frac{n+1}{2}\) ଲବ୍ଧାଙ୍କ ସହ ସମାନ ହେବ ।
- P ବିନ୍ଦୁରୁ x-ଅକ୍ଷ ପ୍ରତି ଅଙ୍କିତ ଲମ୍ବ ତଥ୍ୟାବଳୀର ମଧ୍ୟମାକୁ ସୂଚାଇବ ।
→ ଗରିଷ୍ଠକ (Mode) :
ସଂଜ୍ଞା : କୌଣସି ତଥ୍ୟାବଳୀରେ ସର୍ବାଧ୍ଵକବାର ରହିଥିବା ଲବ୍ଧାଙ୍କ (ଲବ୍ଧାଙ୍କ ମାନ) ହିଁ ଉକ୍ତ ତଥ୍ୟାବଳୀର ଗରିଷ୍ଠକ । ଭାଗ ବିହୀନ ବାରମ୍ବାରତା ବଣ୍ଟନରେ ସର୍ବାଧ୍ଵକ ବାରମ୍ବାରତା ବିଶିଷ୍ଟ ଲବ୍ଧାଙ୍କ ବା ଲବ୍ଧାଙ୍କ ମାନ ହିଁ ଉକ୍ତ ବଣ୍ଟନର ଗରିଷ୍ଠକ ।
ଦ୍ରଷ୍ଟବ୍ୟ : ଯଦି କୌଣସି ତଥ୍ୟାବଳୀର ଅନ୍ତର୍ଭୁକ୍ତ ଲବ୍ଧାଙ୍କମାନଙ୍କର ବାରମ୍ବାରତା ସମାନ । ତେବେ ଉକ୍ତ ତଥ୍ୟାବଳୀର ଗରିଷ୍ଠକ ନାହିଁ ବୋଲି କହିବା । ନିମ୍ନ ତଥ୍ୟାବଳୀକୁ ଲକ୍ଷ୍ୟ କର । 3, 5, 7, 3, 8, 5,8, 7 ଏଠାରେ କୌଣସି ଗରିଷ୍ଠକ ନାହିଁ ।
ଗୋଟିଏ ତଥ୍ୟାବଳୀର ମାଧମାନ (M), ମଧ୍ୟମା (Md) ଏବଂ ଗରିଷ୍ଠକ (M0) ମଧ୍ୟରେ ଏକ ସାଧାରଣ ସମ୍ବନ୍ଧ ରହିଛି । ଏହା ଏକ ଆନୁଭବିକ ସମ୍ବନ୍ଧ ( Empirical Relation) ଅଟେ ।
ସମ୍ବନ୍ଧଟି ହେଲା : M0 =3Md – 2M