BSE Odisha 8th Class Maths Solutions Geometry Chapter 3 ଚତୁର୍ଭୁଜ Ex 3(a)

Odisha State Board BSE Odisha 8th Class Maths Solutions Geometry Chapter 3 ଚତୁର୍ଭୁଜ Ex 3(a) Textbook Exercise Questions and Answers.

BSE Odisha Class 8 Maths Solutions Geometry Chapter 3 ଚତୁର୍ଭୁଜ Ex 3(a)

Question 1.
ନିମ୍ନସ୍ଥ ଭକ୍ତିମାନଙ୍କ ମଧ୍ୟରୁ ଠିକ୍ ଉକ୍ତି ଶେଷରେ ଠିକ୍ ଚିହ୍ନ (✓) ଓ ଭୁଲ୍ ଉକ୍ତି ଶେଷରେ ଛକି ଚିହ୍ନ (x) ବସାଅ ।
(a) ଉତ୍ତଳ ଚତୁର୍ଭୁଜର କର୍ଣ୍ଣଦ୍ଵୟ ପରସ୍ପରକୁ ଚତୁର୍ଭୁଜର ଅନ୍ତର୍ଦେଶରେ ଛେଦ କରନ୍ତି ।
(b) ଯେଉଁ ଚତୁର୍ଭୁଜର ଅନ୍ତର୍ଦେଶ ଏକ ଉତ୍ତଳ ସେଟ୍, ସେ ଚତୁର୍ଭୁଜ ଏକ ଉତ୍ତଳ ଚତୁର୍ଭୁଜ ।
(c) ଯେଉଁ ଚତୁର୍ଭୁଜର ଅନ୍ତର୍ଦେଶ ଏକ ଉତ୍ତଳ ସେଟ୍ ସେ ଚତୁର୍ଭୁଜ ଏକ ଉତ୍ତଳ ଚତୁର୍ଭୁଜ ।
(d) ଚତୁର୍ଭୁଜର ପ୍ରତ୍ୟେକ କର୍ଣ୍ଣ ଏକ ଉତ୍ତଳ ସେଟ୍ ।
(e) ଚତୁର୍ଭୁଜର ବହିର୍ଦେଶ ଏକ ଉତ୍ତଳ ସେଟ୍ ।
(f) ଚତୁର୍ଭୁଜର ବହିର୍ଦେଶ ବିନ୍ଦୁମାନଙ୍କର ଏକ ସେଟ୍ ।
(g) ଏକ ଚତୁର୍ଭୁଜ ଓ ଏହାର ଅନ୍ତର୍ଦ୍ଦେଶର ସଂଯୋଗରେ ଗଠିତ ସେଟ୍‌କୁ ଚତୁର୍ଭୁଜାକୃତି ବିଶିଷ୍ଟ କ୍ଷେତ୍ର କୁହାଯାଏ ।
(h) ଏକ ଚତୁର୍ଭୁଜ ଓ ଏହାର ଅନ୍ତର୍ଦେଶ ମଧ୍ୟରେ କୌଣସି ସାଧାରଣ ବିନ୍ଦୁ ନଥାଏ ।
(i) ଚାରିଗୋଟି ବାହୁଦ୍ୱାରା ଆବଦ୍ଧ କ୍ଷେତ୍ରକୁ ଚତୁର୍ଭୁଜ କୁହାଯାଏ ।
Solution:
(a) ✓
(b) x
(c) ✓
(d) ✓
(e) x
(f) ✓
(g) ✓
(h) ✓
(i) x

BSE Odisha 8th Class Maths Solutions Geometry Chapter 3 ଚତୁର୍ଭୁଜ Ex 3(a)

Question 2.
ଶୂନ୍ୟସ୍ଥାନ ପୂରଣ କର ।
(a) ଏକ ସାମାନ୍ତରିକ ଚିତ୍ରର ______ ସମାନ ହେଲେ, ଚିତ୍ରଟି ରମ୍ବସ୍ ହୁଏ ।
(b) ଏକ ______ ର କୋଣମାନ ସମକୋଣ ହେଲେ, ଚିତ୍ରଟି ଆୟତଚିତ୍ର ହେବ ।
(c) ଏକ ______ ର କୋଣମାନ ସମକୋଣ ହେଲେ, ଚିତ୍ରଟି ବର୍ଗଚିତ୍ର ହେବ ।
(d) ଏକ ଆୟତଚିତ୍ରର ______ ସମାନ ହେଲେ, ଚିତ୍ରଟି ବର୍ଗଚିତ୍ର ହେବ ।
(e) କୌଣସି ଚତୁର୍ଭୁଜର ଏକଯୋଡ଼ା ବିପରୀତ ବାହୁ ସମାନ୍ତର ହେଲେ, ଚିତ୍ରଟି ______ ହେବ ।
(f) କୌଣସି ଚତୁର୍ଭୁଜର ଦୁଇଯୋଡ଼ା ବିପରୀତ ବାହୁ ସମାନ୍ତର ହେଲେ, ଚିତ୍ରଟି ______ ହେବ ।
(g) ଟ୍ରାପିଜିୟମ୍‌ର ଦୁଇ ସମାନ୍ତର ବାହୁ ମଧ୍ୟବର୍ତ୍ତୀ ଦୂରତାକୁ ଏହାର ______ କୁହାଯାଏ |
(h) ABCD ଚତୁର୍ଭୁଜର AB||CD, AD||BC ଏବଂ m∠ABC = 90° ହେଲେ, ଚତୁର୍ଭୁଜଟି ଏକ ______ ହେବ ।
Solution:
(a) ବାହୁମାନଙ୍କର ଦୈର୍ଘ୍ୟ
(b) ସାମାନ୍ତରିକ ଚିତ୍ର
(c) ରମ୍ବସ
(d) ବାହୁମାନଙ୍କର ଦୈର୍ଘ୍ୟ
(e) ଟ୍ରାପିଜିୟମ୍
(f) ସାମାନ୍ତରିକ ଚିତ୍ର
(g) ଉଚ୍ଚତା
(h) ଆୟତଚିତ୍ର

Question 3.
ନିମ୍ନସ୍ଥ ଉକ୍ତିମାନଙ୍କ ମଧ୍ୟରୁ ଠିକ୍ ଉକ୍ତି ଶେଷରେ ଠିକ୍ ଚିହ୍ନ ( ✓) ଓ ଭୁଲ୍ ଉକ୍ତି ଶେଷରେ ଛକି ଚିହ୍ନ (x) ବସାଅ ।
(a) ପ୍ରତ୍ୟେକ ଆୟତଚିତ୍ର ଏକ ସାମାନ୍ତରିକ ଚିତ୍ର ।
(b) ପ୍ରତ୍ୟେକ ସାମାନ୍ତରିକ ଚିତ୍ର ଏକ ଟ୍ରାପିଜିୟମ୍ ।
(c) ପ୍ରତ୍ୟେକ ବର୍ଗଚିତ୍ର ଏକ ସାମାନ୍ତରିକ ଚିତ୍ର ।
(d) ପ୍ରତ୍ୟେକ ରମ୍ବସ୍ ଏକ ବର୍ଗଚିତ୍ର ।
(e) ପ୍ରତ୍ୟେକ ରମ୍ବସ୍ ଏକ ସାମାନ୍ତରିକ ଚିତ୍ର |
(f) ପ୍ରତ୍ୟେକ ଆୟତଚିତ୍ର ଏକ ବର୍ଗଚିତ୍ର ।
(g) ପ୍ରତ୍ୟେକ ଟ୍ରାପିଜିୟମ୍ ଏକ ଆୟତଚିତ୍ର ।
Solution:
(a) ✓
(b) ✓
(c) ✓
(d) x
(e) ✓
(f) x
(g) x

Leave a Comment